www.samajalive.in
Friday, December 12, 2025
15.1 C
Bhubaneswar

ମେଘାଳୟରେ ଆକସ୍ମିକ ବନ୍ୟା, ୧୦ ମୃତ

ଶିଲଂ: ଶୁକ୍ରବାର ମଧ୍ୟରାତ୍ରୀରୁ ମେଘାଳୟରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ କେତେକ ସ୍ଥାନରେ ଭୂସ୍ଖଳନ ଘଟିବା ସହ ଆକସ୍ମିକ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏଥିରେ ୧୦ ଜଣ ପ୍ରାଣ ହରାଇଥିବାବେଳେ ଆଉ କେତେକ ଆହତ ହୋଇଥିବା ଜଣାପଡିଛି। ୱେଷ୍ଟ ଗାରୋ ହିଲ୍‌ ଜିଲାର ଡାଲୁ ଅଞ୍ଚଳରେ ୩ ଜଣ ପ୍ରାଣ ହରାଇଛନ୍ତି। ସାଉଥ୍‌ ଗାରୋ ହିଲ୍‌ ଜିଲାର ହାତିଆସିଆ ସୋଙ୍ଗମା ଗ୍ରାମରେ ଭୂସ୍ଖଳନ ଘଟି ୭ ଜଣ ପୋତି ହୋଇ ପ୍ରାଣ ହରାଇଛନ୍ତି। ରାଜ୍ୟର ବିଭିନ୍ନ ସ୍ଥାନରେ ସଡକ ଓ ପୋଲ ଭାଙ୍ଗିଥିବାରୁ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ଏଥିଯୋଗୁଁ ବନ୍ୟା ପ୍ରଭାବିତ ଅଞ୍ଚଳରେ ରିଲିଫ୍‌ ପହଞ୍ଚିବା କଷ୍ଟକର ହୋଇପଡିଛି। ଶତାଧିକ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବାରୁ ଲୋକଙ୍କୁ ଭୀଷଣ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ମୁଖ୍ୟମନ୍ତ୍ରୀ କନ୍‌ରାଡ ସାଙ୍ଗମା ଶନିବାର ସକାଳେ ଉଚ୍ଚପଦସ୍ଥ ଅଧିକାରୀଙ୍କ ସହ ବନ୍ୟା ପରିସ୍ଥିତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଉଦ୍ଧାର କାର୍ଯ୍ୟରେ ଏସଡିଆରଏଫ୍‌ ଓ ଏନଡିଆରଏଫ୍‌ ଯବାନଙ୍କୁ ମୁତୟନ କରାଯାଇଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories