www.samajalive.in
Tuesday, December 9, 2025
15.1 C
Bhubaneswar

ଶିକ୍ଷୟିତ୍ରୀ ଅନସୂୟା ଦେବତାଙ୍କୁ ମହାଦେବ ଭୋଇ ସ୍ମୃତି ସମ୍ମାନ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ସ୍ଥିତ ଗାନ୍ଧୀ ସ୍ମୃତି ପାଠାଗାରରେ ବରଗଡ଼ର ପୁଣ୍ୟାତ୍ମା ବରପୁତ୍ର କର୍ମଯୋଗୀ ମହାଦେବ ଭୋଇଙ୍କ ୯୪ ତମ ଜୟନ୍ତୀ  ପାଳିତ ହୋଇଯାଇଛି। ଏହି ଅବସରରେ ଅତାବିରା ବ୍ଲକ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର  ବିଜ୍ଞାନ ଶିକ୍ଷୟିତ୍ରୀ ଅନସୂୟା ଦେବତାଙ୍କୁ “ମହାଦେବ ଭୋଇ ସ୍ମୃତି ସମ୍ମାନ ୨୦୨୪” ପ୍ରଦାନ କରାଯାଇଛି। ସ୍ମୃତି କମିଟି ସଂଯୋଜକ ଡଃ ଡୋଲାମଣି ଶତପଥୀଙ୍କ ସଭାପତିତ୍ବରେ ଆୟୋଜିତ ଏହି  କାର୍ଯ୍ୟକ୍ରମରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ(କୁନା) ମୁଖ୍ୟଅତିଥି ଭାବେ ଯୋଗଦେଇଥିବା ବେଳେ ମୁଖ୍ୟବକ୍ତା ଭାବରେ ଅବସରପ୍ରାପ୍ତ ଶିକ୍ଷକ, ନାଟ୍ୟକାର ତଥା ବ୍ୟଙ୍ଗ କବି ମନୋରଞ୍ଜନ ସାହୁ ମୁଖ୍ୟବକ୍ତା ଭାବରେ ମଞ୍ଚାସୀନ ରହିଥିଲେ। ମଞ୍ଚାସୀନ ଅତିଥି ମହାଦେବ ସାହୁଙ୍କ ସ୍ମୃତିଚରଣ କରିବା ସହିତ ତାଙ୍କର ନିଷ୍ଠା, ଦୃଢ଼ ମନୋବଳ ଓ କର୍ମ ତତ୍ପରତା ଉପରେ ଅଭିଭାଷଣ ରଖିଥିଲେ। ଏହି ଅବସରରେ ବରଗଡ଼ ଜିଲ୍ଲାର ଅନେକ କୃତି ଛାତ୍ରଛାତ୍ରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀ  ଓ ସମାଜସେବୀଙ୍କୁ ସମ୍ମାନିତ କରାଯାଇଥିଲା। ଅତାବିରାରୁ ଧର୍ମରାଜ ପ୍ରଧାନ ଓ ସୁବାସ ପ୍ରଧାନଙ୍କୁ ମଧ୍ୟ ସମ୍ମାନିତ କରାଯାଇଥିଲା। ଶ୍ରୀମତୀ ଦେବତା  ଏକାଧାରରେ ଜଣେ ଶିକ୍ଷୟିତ୍ରୀ, କବୟିତ୍ରୀ, ଗାୟିକା ଓ ଜଣେ ସମାଜସେବୀ ମଧ୍ୟ ଅଟନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories