www.samajalive.in
Monday, December 8, 2025
14.1 C
Bhubaneswar

ଆଜି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିବେ ମୁଇଜୁ

ନୂଆଦିଲ୍ଲୀ : ପର୍ଯ୍ୟଟନ ଶିଳ୍ପ ଭୁଶୁଡିଯିବା ପରେ ଭାରତ ଗସ୍ତରେ ମାଳଦ୍ବୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ। ୪ ଦିନିଆ ଭାରତ ଗସ୍ତରେ ଥିବା ମୁଇଜୁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ବିଭିନ୍ନ ଦ୍ଵିପାକ୍ଷିକ, ଆଞ୍ଚଳିକ, ଆନ୍ତର୍ଜାତୀୟ  ପ୍ରସଙ୍ଗରେ ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା ହେବ। ଏଥିସହ ଘୋର ଆର୍ଥିକ ସଙ୍କଟରୁ ମୁକୁଳିବାକୁ ସେ ପିଏମ୍ ମୋଦୀଙ୍କ ଆଗରେ ଆର୍ଥିକ ସହାୟତା ପ୍ରସ୍ତାବ ରଖିପାରନ୍ତି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ମୁଇଜୁ ୧୦ ତାରିଖ ପର୍ଯ୍ୟନ୍ତ ଭାରତରେ ରହିବେ। ଏହି ସମୟ ମଧ୍ୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର ଓ ଅନ୍ୟ ବରିଷ୍ଠ ମନ୍ତ୍ରୀଙ୍କ ସହିତ ଦ୍ବିପାକ୍ଷିକ, ଆଞ୍ଚଳିକ ଓ ଆନ୍ତର୍ଜାତିକ ପ୍ରସଙ୍ଗରେ ଆଲୋଚନା କରିବେ। ମୁଇଜୁଙ୍କ ଦ୍ବିପାକ୍ଷିକ ଆଲୋଚନା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି ଯାହା ଦୁଇ ଦେଶର ସମ୍ପର୍କରେ ଉନ୍ନତି ଆଣିପାରିବ। ସେ ମୁମ୍ବଇ ଓ ବେଙ୍ଗାଲୁରୁରେ ବିଭିନ୍ନ ବ୍ୟାବସାୟିକ କାର୍ଯ୍ୟକ୍ରମରେ ଯୋଗଦେବେ। ଗତବର୍ଷ ନଭେମ୍ବରରେ ମୁଇଜୁ ମାଳଦ୍ବୀପର ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ଚୀନ ଆଡକୁ ଢଳିବା ସହିତ ଭାରତକୁ କଡା ସମାଲୋଚନା କରିଥିଲେ। ଏପରିକି ମାଳଦ୍ବୀପରେ ମୁତୟନ ଭାରତୀୟ ସେନାକୁ ହଟାଇ ନେବାକୁ ନିର୍ଦେଶ ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories