www.samajalive.in
Sunday, December 14, 2025
23.1 C
Bhubaneswar

୯ରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ଵର: ୯ ତାରିଖ ( ବୁଧବାର) ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟ ଟଙ୍କା ଦିଆଯିବ। ଗୋପବନ୍ଧୁଙ୍କ ଜନ୍ମ ଦିବସରେ ବାରିପଦାରେ ଏକ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହିତାଧିକାରୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ । ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ପଠାଯିବ। ସେପ୍ଟେମ୍ବର ୧୭ ତାରିଖରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ଦିଆଯାଇଥିଲା। ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ହିତାଧିକାରୀଙ୍କୁ ଟଙ୍କା ମିଳିଥିଲା। ସେପଟେ ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗର ଦାୟିତ୍ଵରେ ଥିବା ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି ସୁଭଦ୍ରା ପାଇଁ ୧.୨ କୋଟି ମହିଳା ହିତାଧିକାରୀ ପଞ୍ଜୀକରଣ କରିସାରିଲେଣି। ଏମପିସିଆଇ କ୍ଲିୟରାନ୍ସ ସମ୍ପର୍କିତ ସମସ୍ୟା ଥିଲେ ପୁଣିଥରେ କମିଟି ବସିବା ସହ ଯେଉଁ ସମସ୍ୟା ରହିଛି, ତାହାର କିଭଳି ସମାଧାନ କରାଯିବ, ତାହା ଉପରେ ଆଲୋଚନା ହେବ। ଡିସେମ୍ବର ମାସ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ଟଙ୍କା  ପ୍ରଦାନ କାର୍ଯ୍ୟ ଶେଷ ହେବ ବୋଲି କହିଛନ୍ତି।

Hot this week

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

Related Articles

Popular Categories