ନାବାଳିକାଙ୍କୁ ବଳାତ୍କାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ

ପୁରୀ: ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ସତ୍ୟବାଦୀ ଥାନା ଅନ୍ତର୍ଗତ ସାରଙ୍ଗ ଯୋଡ଼ି ଗ୍ରାମର ଗୁନ ଭୋଇଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୧୦ ହଜାର ଟଙ୍କା ଜୋରିମାନା ଦଣ୍ଡାଦେଶ ଦିଆଯାଇଛି। ପୁରୀ ପୋକସୋ କୋର୍ଟ ବିଚାରପତି ରାମନାଥ ପଣ୍ଡା ଏହି ମୋକଦ୍ଧମାର ବିଚାରକରି ଆଜି ଅଭିଯୁକ୍ତ ଗୁନ ଭୋଇଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ୨୦ ବର୍ଷ ଜେଲ୍ ଦଣ୍ଡ ସମେତ ୧୦ ହଜାର ଟଙ୍କା ଜୋରିମାନା ଆଦେଶ ଦେଇଛନ୍ତି। ବଳାତ୍କାର ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

Comments are closed.