www.samajalive.in
Thursday, December 11, 2025
15.1 C
Bhubaneswar

ଚତୁର୍ଥ ଜନଜାତୀୟ ଗୌରବ ଦିବସ ଭାବେ ବିର୍ସାଙ୍କ ଜୟନ୍ତୀ ୧୫ ନଭେମ୍ବରରୁ ବର୍ଷ ବ୍ୟାପୀ ବ୍ୟାପକ ଭାବରେ ପାଳନ କରାଯିବ

ଭୁବନେଶ୍ୱର: ବିଶିଷ୍ଟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀକୁ ରାଜ୍ୟ ସ୍ତରରେ ବ୍ୟାପକ ଭାବରେ ପାଳନ କରାଯିବ। ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।

ଚଳିତ ବର୍ଷ ଏହାକୁ ଚତୁର୍ଥ ଜନ ଜାତୀୟ ଗୌରବ ଦିବସ ଭାବେ ପାଳନ କରାଯିବ। ସୂଚନାଯୋଗ୍ୟ ଯେ କେନ୍ଦ୍ରୀୟ ସ୍ତରରେ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ୨୦୨୧ରୁ ଜନ ଜାତୀୟ ଗୌରବ ଦିବସ ଭାବେ ପାଳିତ ହୋଇ ଆସୁଅଛି।

- Advertisement -

ଏହି ନିଷ୍ପତ୍ତି ଅନୁଯାୟୀ ବିର୍ସା ମୁଣ୍ଡାଙ୍କ ଜୟନ୍ତୀ ଚଳିତ ବର୍ଷ ନଭେମ୍ବର ୧୫ ତାରିଖରୁ ୨୦୨୫ ନଭେମ୍ବର ୧୫ ପର୍ଯ୍ୟନ୍ତ ବର୍ଷ ବ୍ୟାପୀ ପାଳନ କରାଯିବ। ଆଦିବାସୀ କଳା, ସଂସ୍କୃତି, ଐତିହ୍ୟ, ଇତିହାସର ପ୍ରଚାର ପ୍ରସାର, ଶିକ୍ଷା ଓ ଦକ୍ଷତା ବିକାଶ, ସ୍ବାସ୍ଥ୍ୟ ସଚେତନତା ସଂପର୍କିତ କାର୍ଯ୍ୟକ୍ରମ ଗ୍ରହଣ କରାଯିବା ସହିତ ସେମାନଙ୍କ ଜୀବିକାର ସୁରକ୍ଷା ଓ ଆର୍ଥିକ ବିକାଶ ପାଇଁ ପଦକ୍ଷେପ ନିଆଯିବ।

ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୨୦୨୪ ନଭେମ୍ବର ୧୫ରେ ବର୍ଷ ବ୍ୟାପୀ ଏହି ସମାରୋହର ଉଦ୍‌ଘାଟନୀ ଉତ୍ସବ ରାଉରକେଲାରେ ଅନୁଷ୍ଠିତ ହେବ। ଉଦ୍‌ଘାଟନୀ ଉତ୍ସବରେ ସପ୍ତାହ ବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଗ୍ରହଣ କରାଯିବ। ଏଥିରେ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ମାନଙ୍କ ଉପରେ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶନ ସହିତ ସଫଳ ଆଦିବାସୀ ବ୍ୟକ୍ତିତ୍ବ ମାନଙ୍କୁ ସମ୍ମାନିତ କରାଯିବ। ଏହାସହିତ ଜଙ୍ଗଲ ଅଧିକାର ଆଇନ ୱେବ୍‌ ପୋର୍ଟାଲର ଶୁଭାରମ୍ଭ କରାଯାଇ ପଟ୍ଟା ଆବଣ୍ଟନ କରାଯିବ। ଏହାସହିତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯିବ।

ବର୍ଷ ବ୍ୟାପୀ ଏହି କାର୍ଯ୍ୟକ୍ରମରେ ଆଦିବାସୀ ହସ୍ତତନ୍ତ ଓ ହସ୍ତଶିଳ୍ପର ସମ୍ବଳିତ ବିଭିନ୍ନ କାର୍ଯ୍ୟକ୍ରମ, ଆଦିବାସୀ ହସ୍ତଶିଳ୍ପୀ ମାନଙ୍କ ବିଭିନ୍ନ ଉତ୍ପାଦର ପ୍ରସାର ଓ ମାର୍କେଟିଂ ପାଇଁ କାର୍ଯ୍ୟକ୍ରମ, ସିକିଲ ସେଲ୍‌ ଆନାମିଆ ରୋଗ ସଂପର୍କରେ ସଚେତନତା, ଆଦିବାସୀ କବି ଓ ଲେଖକ ମାନଙ୍କ ସମ୍ମିଳନୀ, ଜଙ୍ଗଲ ଅଧିକାର ଆଇନ ଉପରେ ୱାର୍କସପ୍‌, ଆଦିବାସୀ ମାନଙ୍କ ପାରମ୍ପରିକ ସ୍ବାସ୍ଥ୍ୟସେବା ଜ୍ଞାନର ପ୍ରଚାର ପାଇଁ ସମ୍ମିଳନୀ ଇତ୍ୟାଦିର ଆୟୋଜନ କରାଯିବ। ଏହାସହିତ ବିଭିନ୍ନ ବିଭାଗ ପକ୍ଷରୁ ଅନ୍ୟାନ୍ୟ କାର୍ଯ୍ୟକ୍ରମମାନ ମଧ୍ୟ ପ୍ରସ୍ତୁତ କରାଯିବ। ରାଜଧାନୀ ଭୁବନେଶ୍ବର ସହିତ ଜିଲ୍ଲାସ୍ତରରେ ମଧ୍ୟ କାର୍ଯ୍ୟକ୍ରମ ଗ୍ରହଣ କରାଯିବ।

ଚଳିତ ବର୍ଷ ଭୁବନେଶ୍ବରର ଆଦିବାସୀ ମେଳାକୁ ବ୍ୟାପକ ଆକାରରେ ପାଳନ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଛି । ବୈଠକରେ ଆଦିବାସୀ ମାନଙ୍କ କଳା, ସଂସ୍କୃତି ଓ ଶିକ୍ଷା ଉପରେ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ସହିତ ସେମାନଙ୍କ ଆର୍ଥିକ ପ୍ରଗତି ଉପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗୁରୁତ୍ବ ଆରୋପ କରିଥିଲେ। ବିଭିନ୍ନ ବିଭାଗର ସମନ୍ବୟରେ (Convergence) ସେମାନଙ୍କର ଜୀବିକାର ସୁରକ୍ଷା ପାଇଁ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ଗୃହ ତଥା ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ଅନୁସୂଚିତ ଜନଜାତି, ଜାତି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ବିଷ୍ଣୁପଦ ସେଠୀ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରମୁଖ ଶାସନ ସଚିବ ସୁଶିଲ କୁମାର ଲୋହାନୀ ଏବଂ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀ ମାନେ ଯୋଗ ଦେଇଥିଲେ ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories