www.samajalive.in
Tuesday, December 9, 2025
15.1 C
Bhubaneswar

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳିତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୭ତମ ଜନ୍ମ ଜୟନ୍ତୀ ପାଳିତ ହୋଇଯାଇଛି। ସାଂସଦ ବଳଭଦ୍ର ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ  ସ୍ମୃତି ଚାରଣ କରିଥିଲେ।  ଏହି ଅବସରରେ ସମାଜ ଖବର କାଗଜ ଜିଲ୍ଲା ପ୍ରତିନିଧି ଗୋପୀ କୃଷ୍ଣ ପଟ୍ଟନାୟକ, ଅଧ୍ୟାପକ ରଞ୍ଜନ ସ୍ୱାଇଁ, ଶିକ୍ଷାବିତ ପ୍ରକାଶ ଚନ୍ଦ୍ର ପଟ୍ଟନାୟକ, ଅବସର ପ୍ରାପ୍ତ ଅଧ୍ୟାପକ ସରୋଜ ସାହୁ, ସୂଚନା ଓ ଲୋକ ସମ୍ପର୍କ ବିଭାଗ ର କର୍ମଚାରୀ ରଞ୍ଜନ ମହାନ୍ତି ପ୍ରମୁଖ ଯୋଗ ଦେଇ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ଜଳନ କରିବା ସହ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଅତିଥିମାନେ ଉତ୍କଳମଣୀଙ୍କ ସମାଜ ପ୍ରତି ତ୍ୟାଗ  ଓ ଆଦର୍ଶରେ ଅନୁପ୍ରାଣିତ ହେବା ନିମନ୍ତେ ସମସ୍ତଙ୍କୁ ଆହ୍ୱାନ ଦେଇଥିଲେ ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories