www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରେସର ଦେବାବେଳେ ଫାଟିଲା ଟାଙ୍କି: ଗ୍ୟାରେଜ୍ ମାଲିକ ମୃତ, ଦୁଇ ଗୁରୁତର

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ସଦର ଥାନା ଦଳେଇପୁଟ ଛକ ନିକଟରେ ଅଭାବନୀୟ ଘଟଣା ଘଟିଛି। ଗାଡିରେ ପମ୍ପ ଦେବା ବେଳେ ଫାଟିଲା ଏୟାର ପ୍ରେସର ଟାଙ୍କି । ଘଟଣାସ୍ଥଳରେ ଗ୍ୟାରେଜ୍ ମାଲିକ ମୃତ, ଅନ୍ୟ ଦୁଇ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି।  ସୂଚନା ଅନୁସାରେ ମାଆ ଭଗବତୀ ଟାୟାର ପ୍ରେସର ନାମକ ଦୋକାନରେ ସକାଳୁ ଟାୟାର ପ୍ରେସର୍ ଦେଉଥିବା ବେଳେ କୌଣସି କାରଣରୁ ଟାଙ୍କି ବିସ୍ଫୋରଣ ହୋଇଥିଲା । ବିସ୍ଫୋରଣଟି ଏତେ ଭୟଙ୍କର ଥିଲା ଯେ ଏଥିରେ ଗ୍ୟାରେଜ୍ ମାଲିକଙ୍କର ମୃତ୍ୟୁ ଘଟିଥିଲା। ମୃତକ ନବଘନ ପରିଡା ବୋଲି ଜଣାପଡିଛି। ଦୁଇ ଜଣ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଖୋର୍ଦ୍ଧା  ମେଡିକାଲରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି। ତେବେ କେଉଁ ପରିସ୍ଥିତିରେ ଏଭଳି ଅଘଟଣ ଘଟିଛି,  ତାହା ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories