www.samajalive.in
Monday, December 8, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀ ବାଣ୍ଟିଲେ ସୁଭଦ୍ରା ଟଙ୍କା: କହିଲେ ଯାହା ପ୍ରତିଶ୍ରୁତି ଦେଉ, ପାଳନ କରୁ

ବାରିପଦା : ଆଜି ମହିଳାଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦ୍ୱିତୀୟ ପର୍ଯ୍ୟାୟରେ ପ୍ରଥମ କିସ୍ତି ଟଙ୍କା ପ୍ରଦାନ କରିଛନ୍ତି। ତେବେ ସୁଭଦ୍ରା ଟଙ୍କା ପ୍ରଦାନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିଜ ବକ୍ତବ୍ୟ ରଖିଛନ୍ତି। ସେ କହିଛନ୍ତି  ଆଜି ପ୍ରଥମ କିସ୍ତିର ଦ୍ଵିତୀୟ ପର୍ଯ୍ୟାୟରେ ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ଦିଆଯାଇଛି।  ଆମ ସରକାର ଯାହା ପ୍ରତିଶ୍ରୁତି ଦିଏ , ତାକୁ ଅକ୍ଷରେ ଅକ୍ଷରେ ପାଳନ କରେ। ସୁଭଦ୍ରା ଯୋଜନା ଓଡିଶାର ସର୍ବ ବୃହତ୍ ଯୋଜନା। ପ୍ରଧାନମନ୍ତ୍ରୀଙ୍କ ଆହ୍ବାନ, ଡବଲ ଇଞ୍ଜିନ୍ ସରକାରଙ୍କୁ ଆପଣ ସଫଳ କରିଛନ୍ତି। ଡବଲ ଇଞ୍ଜିନ୍ ସରକାରରେ ଦ୍ଵିଗୁଣ ଫାଇଦା ମିଳିବ। ଦ୍ଵିତୀୟ ପର୍ଯ୍ୟାୟରେ ଆଜି ୧୭୫୦ କୋଟିର ସୁଭଦ୍ରା ସହାୟତା ଦିଆଯାଇଛି। ଦ୍ଵିତୀୟ ପର୍ଯ୍ୟାୟରେ ମୋଟ୍ ୩ ହଜାର କୋଟି ଟଙ୍କାର ସହାୟତା ଦିଆଯାଇଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories