www.samajalive.in
Monday, December 15, 2025
16.1 C
Bhubaneswar

ଶମ୍ଭୁନାଥ ନନ୍ଦୀ ହେଲେ କନ୍ଧମାଳ ଜିଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ

ଫୁଲବାଣୀ : କନ୍ଧମାଳ ଜିଲା ପରିଷଦର କାର୍ଯ୍ୟ ନିର୍ବାହୀ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ଭାବେ ଶମ୍ଭୁନାଥ ନନ୍ଦୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ନନ୍ଦୀ ପୂର୍ବ ସରକାରଙ୍କ ଶ୍ରମମନ୍ତ୍ରୀଙ୍କ ଓଏସଡି ଭାବେ କାର୍ଯ୍ୟ କରୁଥିଲେ। ସେହିପରି ଏଠାରେ ଥିବା  ଜିଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ରତ୍ନାକର ସାହୁଙ୍କୁ ବାଲେଶ୍ବର ଜିଲା ଅତିରିକ୍ତ ଜିଲାପାଳ ଭାବେ ବଦଳି ହୋଇଛି। ଆଜି କନ୍ଧମାଳ ଜିଲା ଅତିରିକ୍ତ ଜିଲାପାଳ ଅଶୋକ କୁମାର ଭୋଇ ଦାୟିତ୍ୱ ହସ୍ତାନ୍ତରବେଳେ ଉପସ୍ଥିତ ରହି ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ନନ୍ଦୀଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିବାବେଳେ ପୂର୍ବତନ କାର୍ଯ୍ୟ ନିର୍ବାହୀ ଅଧିକାରୀ ସାହୁଙ୍କୁ ବିଦାୟ କାଳୀନ ସମ୍ବର୍ଦ୍ଧନା ଜଣାଇଥିଲେ।। ନୂତନ କାର୍ଯ୍ୟନିର୍ବାହୀ ଅଧିକାରୀ ଶମ୍ଭୁନାଥ ନନ୍ଦୀ ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲାର ସର୍ବାଙ୍ଗୀନ ଉନ୍ନତି ଦିଗରେ ଦୃଷ୍ଟି ଦେବେ ବୋଲି କହିଛନ୍ତି। କାର୍ଯ୍ୟାଳୟର ସମସ୍ତ ଜିଲା ପରିଷଦ ସଦସ୍ୟ ଓ ସଦସ୍ୟା ମାନେ ନୂତନ କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କୁ ସ୍ୱାଗତ ଜଣାଇଥିଲେ।

Hot this week

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

ମେସିଙ୍କୁ ଜର୍ସି ଉପହାର ଦେଲେ ସଚିନ

ମୁମ୍ବଇ :କ୍ରିକେଟ୍ କିମ୍ବଦନ୍ତୀ ସଚିନ ତେନ୍ଦୁଲକରଙ୍କୁ କ୍ରିକେଟ ଜଗତର ସବୁଠାରୁ ବଡ...

ବର୍ଦ୍ଧିତ ବେତନ ଦାନ କରିବେ ବରଗଡ଼ ବିଧାୟକ

ବରଗଡ଼ : ଓଡ଼ିଶା ସରକାର ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି...

ରାସ୍ତାକଡରୁ ରକ୍ତ ଜୁଡୁବୁଡୁ ମୃତଦେହ ଠାବ

ବିନିକା : ବିନିକା ଡୁଙ୍ଗୁରିପାଲି ଥାନା ଖୁଣ୍ଟପାଲି ଗାଁ ନିକଟରେ ଅଭାବନୀୟ...

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

Related Articles

Popular Categories