www.samajalive.in
Monday, December 8, 2025
27.1 C
Bhubaneswar

ବିଜେଡିର ସଦସ୍ୟ ସଂଗ୍ରହ ଅଭିଯାନ ଶୁଭାରମ୍ଭ

ଫୁଲବାଣୀ:  ନିର୍ବାଚନରେ ପରାଜୟ ପରେ ଆଜି ପ୍ରଥମ ଥର ପାଇଁ ଜିଲ୍ଲା ବିଜେଡି ନେତା ଓ କର୍ମଏକାଠି ହୋଇଛନ୍ତି। ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ସଦସ୍ୟ ସଂଗ୍ରହ ଅଭିଯାନର ଶୁଭାରମ୍ଭ ଅବସରରେ ସାଂଗଠନିକ କର୍ମକର୍ତ୍ତା, ଜନ ପ୍ରତିନିଧି ଓ ଦଳୀୟ କର୍ମୀ ଏକତ୍ରିତ ହୋଇ ଆଗାମୀ ଦିନରେ ଦଳକୁ ସୁଦୃଢ କରିବା ପାଇଁ ଯୋଜନା ପ୍ରସ୍ତୁତ କରିଛନ୍ତି। ଆୟୋଜିତ କାର୍ଯ୍ୟକ୍ରମରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ, ବରିଷ୍ଠ ନେତା ସଞ୍ଜୟ ଦାସବର୍ମା, ପ୍ରତାପ ଜେନା, ଦେବୀ ମିଶ୍ର ପ୍ରମୂଖ ଆଭାସୀ ମାଧ୍ୟମରେ ଉଦବୋଧନ ଦେଇ ସଦସ୍ୟ ସଂଗ୍ରହ ଅଭିଯାନକୁ ଜୋରଦାର କରିବା ପାଇଁ ଆହ୍ବାନ ଦେଇଥିଲେ। ପ୍ରତି ପଞ୍ଚାୟତରେ ଏହି କାର୍ଯ୍ୟକ୍ରମ ହାତକୁ ନେବା ପାଇଁ ନିଷ୍ପତ୍ତି ନିଆଯାଇ କର୍ମକର୍ତ୍ତା ମାନଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ଜିଲାର ବିଭିନ୍ନ ଅଞ୍ଚଳରୁ ଶତାଧିକ କର୍ମୀ ଆଜିର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପୂର୍ବତନ ମନ୍ତ୍ରୀ ପଦ୍ମନାଭ ବେହେରା, ପୂର୍ବତନ ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ଡୁଗୁନୀ କହଁର, ପୂର୍ବତନ ଜିଲ୍ଲା ସଭାପତି ସରୋଜ କର୍ଣ୍ଣ, ବିଧାୟକ ପ୍ରାର୍ଥୀ ଜୟଶ୍ରୀ କହଁର, ବରିଷ୍ଠ ନେତା କମଳାକାନ୍ତ ପାଣ୍ଡେ ପ୍ରମୂଖ ଆଜିର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories