www.samajalive.in
Saturday, December 6, 2025
26.1 C
Bhubaneswar

ପରଲୋକରେ ରତନ ଟାଟା: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ବିଶିଷ୍ଟ ଶିଳ୍ପପତି ରତନ ଟାଟାଙ୍କ ପରଲୋକ। ଜଣେ ରତ୍ନଙ୍କୁ ହରାଇଛି ଭାରତ । ୮୬ ବର୍ଷ ବୟସରେ ମୁମ୍ବାଇର ଏକ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି।  ବାର୍ଦ୍ଧକ୍ୟଜନିତ ଅସୁସ୍ଥତା ଯୋଗୁଁ  ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ବର୍ତ୍ତମାନ କୋଲାବାସ୍ଥିତ ବାସଭବନରେ ତାଙ୍କର ମର ଶରୀରକୁ ରଖାଯାଇଛି। ସକାଳ ୧୦ଟାରୁ ୪ଟା ପର୍ଯ୍ୟନ୍ତ ଏନସିପିଏରେ ବହୁ ବିଶିଷ୍ଠ ବ୍ୟକ୍ତି ବିଶେଷ ଶେଷ ଦର୍ଶନ କରିବେ। ରତନ ଟାଟାଙ୍କ ବିୟୋଗରେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ , ଗୃହମନ୍ତ୍ରୀ ଏବଂ ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ଟାଟା ଗ୍ରୁପକୁ ଶୀର୍ଷ ସ୍ତାନରେ ପହଞ୍ଚାଇବାରେ ତାଙ୍କର ପ୍ରମୂଖ ଭୂମିକା ଥିଲା। ୧୯୯୧ ମସିହାରୁ ୨୦୧୨ ମସିହା ଯାଏଁ ସେ ଥିଲେ ଟାଟା ଗ୍ରୁପର ଅଧ୍ୟକ୍ଷ।  ୧୯୯୮ ମସିହାରେ ସେତେବେଳେ  ଦେଶର ସବୁଠୁ ଛୋଟ ଗାଡି ଟାଟା ଇଣ୍ଡିକା ସେ ଭେଟି ଦେଇଥିଲେ। ପରେ ୨୦୦୮ ମସିହାରେ ଲକ୍ଷେ ଟଙ୍କାରେ ନାନୋ ଭଳି ବିଶ୍ଵର ସବୁଠୁ ଶସ୍ତା କାର୍ ସେ ଭେଟି ଦେଇଥିଲେ। ୨୦୦୮ରେ ଜାଗୁଆର-ଲ୍ୟାଣ୍ଡ ରୋଭରକୁ ଅକ୍ତିଆର କରିଥିଲା ଟାଟା। ଅନେକ ସମାଜସେବା କାର୍ଯ୍ୟରେ ମଧ୍ୟ ସେ ଜଡିତ ଥିଲେ। ୨୦୦୮ ମସିହାରେ ସେ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନୀତ ହୋଇଥିଲେ। ଅନ୍ୟପଟେ ରତନ ଟାଟାଙ୍କ ବିୟୋଗରେ ଝାଡଖଣ୍ଡ ସରକାରଙ୍କ ପକ୍ଷରୁ ଦିନିକିଆ ଛୁଟି ଘୋଷଣା କରାଯାଇଛି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories