ଆସନ୍ତା ୨୪ ତାରିଖରେ ପୁରୀ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ପୁରୀ – ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଆସନ୍ତା ୨୪ ତାରିଖର ପୁରୀ ଆସିବା କାର୍ଯ୍ୟକ୍ରମ ରହିଛି। ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ ତମ ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବାକୁ ସେ ସ୍ଵୀକୃତି ପ୍ରଦାନ କରିଛନ୍ତି।

ଦିନ ୧୨ଟା ଠାରୁ ୧ଟା ପର୍ଯ୍ୟନ୍ତ ଆୟୁର୍ବେଦ ମହାବିଦ୍ୟାଳୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିଷ୍ଠା ଦିବସ ସମାରୋହରେ ଉପସ୍ଥିତ ରହିବେ । ଏହାପରେ ସେ ଶ୍ରୀ ଜଗନ୍ନାଥ ମନ୍ଦିରକୁ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।

 

ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଆୟୁଷ ମନ୍ତ୍ରୀଙ୍କ ସମେତ ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀଙ୍କୁ ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେବା ପାଇଁ କଲେଜ କର୍ତୃପକ୍ଷ ନିମନ୍ତ୍ରଣ କରିଛନ୍ତି। ତେବେ ଆଜି ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯକ୍ରମ ଚିଠି ପହଞ୍ଚିଛି।

Comments are closed.