www.samajalive.in
Monday, December 8, 2025
13.1 C
Bhubaneswar

ଖୋଲୁଛି ରଙ୍ଗିଲା ବାବା କୈବଲ୍ୟ ଜାନିଙ୍କ ଗୁମର

ସମାଜ ଡିଜିଟାଲ ଡେସ୍କ: ମୁହଁରେ ଦାଢ଼ି, ମୁଣ୍ଡରେ ପଗଡ଼ି। ଶରୀରରେ ଗେରୁଆ ବସ୍ତ୍ର। ହେଲେ କରୁଛନ୍ତି ଯୁବତୀଙ୍କ ସହ ରୋମାନ୍ସ। ଆପତ୍ତିଜନକ ଅବସ୍ଥାରେ ଏହି ଭଣ୍ଡ ବାବା କୈବଲ୍ୟ ଜାନିଙ୍କ ଭିଡିଓ ଏବେ ସାମାଜିକ ଗଣମାଧ୍ୟମରେ ଘୂରିବୁଲୁଛି। ରଙ୍ଗିଲା ବାବା ନାମରେ ପରିଚିତ କୈବଲ୍ୟ ଜଣେ ଯୁବତୀଙ୍କୁ ଅପହରଣ କରିବା ଅଭିଯୋଗ ହେବା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଏହା ପରେ ବାବାଙ୍କର ଗୋଟିଏ ପରେ ଗୋଟିଏ ଗୁମର ଖୋଲିବାରେ ଲାଗିଛି।

ଗତ ୭ ତାରିଖରେ ଜଣେ ଯୁବତୀଙ୍କ ବାପା ତାଙ୍କ ଝିଅକୁ ଭଣ୍ଡବାପା କୈବଲ୍ୟ ଜାନି ଅପହରଣ କରିନେଇଥିବା ଅଭିଯୋଗ ଆଣିଥିଲେ। ତିଗିରିଆ ଅଞ୍ଚଳରେ ଥିବା ବାବାଙ୍କ ସୁତୀକ୍ଷ୍ଣ ଆଶ୍ରମରେ ଢେଙ୍କାନାଳ ଏବଂ ତିଗିରିଆ ପୁଲିସ ମିଳିତ ଚଢ଼ାଉ କରି ତାଙ୍କୁ ଗିରଫ କରିଥିଲା। ଚଢ଼ାଉ ସମୟରେ ବାବାଙ୍କ କାରରୁ ବହୁ ଆପତ୍ତିଜନକ ସାମଗ୍ରୀ ମିଳିଥିଲା। ଅନେକ ଫଟୋ ବି ମିଳିଥିଲା, ଯାହା ଅତ୍ୟନ୍ତ ଅଶ୍ଳୀଳ ରହିଥିଲା। ଯୁବତୀଙ୍କ ସହିତ ବାବାଙ୍କ ଅନ୍ତରଙ୍ଗ ମୁହୂର୍ତ୍ତର ଫଟୋ ପୁଲିସ ହାତରେ ଲାଗିଥିଲା। ଏବେ କିଛି ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେଉଛି। ପୁଲିସ ଘଟଣାର ତଦନ୍ତ ଜାରି ରଖିଥିବାବେଳେ ବାବା ଆଉ କେଉଁ କେଉଁ ବେଆଇନ କାର୍ଯ୍ୟରେ ଲିପ୍ତ ରହିଛନ୍ତି ତାହାର ତଦନ୍ତ ଚଳାଇଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories