www.samajalive.in
Sunday, December 7, 2025
14.1 C
Bhubaneswar

ମେଲାଣି ନେଉଛନ୍ତି ମା’ଦୁର୍ଗା; ଭସାଣି ପାଇଁ ଟ୍ୱିନସିଟିରେ ଟ୍ରାଫିକ କଟକଣା

ସମାଜ ଡିଜିଟାଲ ଡେସ୍କ: ଶାରଦୀୟ ଦୁର୍ଗାପୂଜା ଶେଷ ହେବା ପରେ ଆଜି ମେଲାଣି ନେଉଛନ୍ତି ମା ଜଗତଜନନୀ। ଭୁବନେଶ୍ୱରର କୁଆଖାଇ ନଦୀ ସମେତ ଦୟାନଦୀ ଓ କଟକର କାଠଯୋଡି ନଦୀରେ ବିସର୍ଜନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ମା’ଙ୍କ ଭସାଣ ଶୋଭାଯାତ୍ରା ପାଇଁ ଟୁଇନ ସିଟିରେ କଟକଣା ଜାରି କରାଯାଇଛି। ଭୁବନେଶ୍ୱର ଓ କଟକରେ ଶୋଭାଯାତ୍ରା ସମୟରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ଟ୍ରାଫିକ କଟକଣା ଜାରି କରଯାଇଛି। ଦିନ ୩ଟାରୁ ଭସାଣି ଶେଷ ହେବା ଯାଏଁ କଟକଣା ବଳବତ୍ତର ରହିବ।
ସହିଦନଗର ଭସାଣ ବେଳେ କୌଣସି ଯାନବାହନ ଭୁବନେଶ୍ୱର ବାଣୀବିହାର ପଟୁ ରୂପାଲି ଛକ ଆଡକୁ ନଯାଇ ଆଚାର୍ଯ୍ୟବିହାର ଦେଇ ଯାଇପାରିବ
ଜନପଥ ରାସ୍ତାରେ ଯାନବାହାନ ବନ୍ଦ ରହିଛି। ନୟାପଲ୍ଲୀ ଭସାଣି ବେଳେ ସିଆରପି ଛକ ପଟୁ ଗାଡି କଟକ ଆଡକୁ ଯିବାକୁ ହେଲେ ଏକାମ୍ର ପାର୍କ, ବିଜୁ ପଟ୍ଟନାୟକ କଲେଜ ରାସ୍ତା ଦେଇ ଜୟଦେବ ବିହାର ଯାଇପାରିବ।
ଖୋର୍ଦ୍ଧା ପଟୁ ଆସୁଥିବା ଭାରିଯାନ ଗୁଡିକ ଫାୟାର ଷ୍ଟେସନ ଛକ ଠାରୁ ଫ୍ଲାଏ ଓଭର ବ୍ରିଜ ଦେଇ ଯାଇପାରିବେ।
ଚନ୍ଦ୍ରଶେଖରପୁରରେ ଭସାଣ ବେଳେ କିଟ୍‌‌ ଛକ ପଟୁ ନାଲକୋ ଛକ ଆଡକୁ କୌଣସି ଯାନବାହା ଅନୁମତି ନାହିଁ।
ସେହିପରି କଟକରେ କଲେଜ ଛକଠାରୁ ବକ୍ସିବଜାର ଓ ତିନିକୋଣିଆ ବଗିଚା ଦେଇ ଚାନ୍ଦିନଚୌକ ଛକ ପର୍ଯ୍ୟନ୍ତ କୌଣସି ଯାନବାହାନ ଯିବାଆସିବା କରିବ ନାହିଁ। ଚୌଧୁରୀବଜାର ଛକରୁ ପୂର୍ଣ୍ଣ ସାହୁ ଛକ, ଫିରିଙ୍ଗି ବଜାର ଦେଇ ଦେବୀଗଡ଼ା ପର୍ଯ୍ୟନ୍ତ ଯିବ।
କଟକ ଚଣ୍ଡି ଛକରୁ ଶେଖବଜାର ଓ ମହମ୍ମଦିଆ ବଜାର ରାସ୍ତାରେ ଚାନ୍ଦିଚୌକ ଛକ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିବ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories