www.samajalive.in
Sunday, December 7, 2025
16.1 C
Bhubaneswar

ଶ୍ରୀମନ୍ଦିରରେ କାର୍ତ୍ତିକ ନୀତି ଆରମ୍ଭ, ରାଧାଦାମୋଦର ବେଶରେ ଶ୍ରୀଜୀଉ

ପୁରୀ: ଆଶ୍ବିନ ଶୁକ୍ଳପକ୍ଷ ଏକାଦଶୀ ତିଥିରେ ସୋମବାରଠାରୁ ଶ୍ରୀମନ୍ଦିରରେ ଆରମ୍ଭ ହୋଇଛି କାର୍ତ୍ତିକ ନୀତି। ଏହି ଅବସରରେ ରାଧାଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜୀଉ। ମାସେ କାଳ ଅର୍ଥାତ୍‌ କାର୍ତ୍ତିକ ମାସ ଶୁକ୍ଳ ଦଶମୀ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଏହି ନୀତି ଚାଲିବ।

ସକାଳେ ମଙ୍ଗଳ ଆଳତି, ମଇଲମ, ତଡପଲାଗି ସହ ଅବକାଶ ପରେ ରାଧାଦାମୋଦର ବେଶରେ ସୁସଜ୍ଜିତ ହୋଇଛନ୍ତି ମହାପ୍ରଭୁ। ପରେ ଗୋପାଳ ବଲ୍ଲଭ, ସକାଳ ଧୂପ, ବାଳ ଧୂପ, ଭୋଗ ମଣ୍ତପ ଓ ମଧ୍ୟାହ୍ନ ଧୂପ ହୋଇଥାଏ। କାର୍ତ୍ତିକ ନୀତିରେ ବାଳଧୂପ ଏକ ସ୍ବତନ୍ତ୍ର ଭୋଗ ଥିବାରୁ ଏଥିରେ କୋରା, ଦୋଭଜା, ଲିଆ, ଅଦା, ଖଇ, ନଡିଆ, ଚାଉଳିଆ, ସେଓ, କମଳା, କଦଳୀ, କାକୁଡି, ପଇଡ ଆଦି ଭୋଗ କରାଯାଇଥାଏ।

- Advertisement -

ଅପରପକ୍ଷେ, ଏକାଦଶୀ ଅବସରରେ ଆଜି ପୁରୀରେ ପୂଜା ପାଉଥିବା ସମସ୍ତ ଗୋଷାଣୀଙ୍କ ଭସାଣ ଉତ୍ସବ ଅନୁଷ୍ଠିତ ହେବ। ଏନେଇ ସନ୍ଧ୍ୟାରେ ସମସ୍ତ ଗୋଷାଣୀ ଓ ନାଗା ଶ୍ରୀମନ୍ଦିର ସମ୍ମୁଖରେ ଏକାଠି ହେବେ। ଏହା ଦେବୀ ସଭା ନାମରେ ପରିଚିତ। ଭକ୍ତଙ୍କ ଭିଡ଼କୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories