www.samajalive.in
Saturday, December 13, 2025
21.1 C
Bhubaneswar

ଓଡିଶା ସମେତ ୧୩ଟି ନୂଆ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଲାଗି ସଂଶୋଧିତ ବ୍ୟୟ ଅଟକଳକୁ କେନ୍ଦ୍ର କ୍ୟାବିନେଟର ଅନୁମୋଦନ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ୧୩ଟି ନୂଆ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ନିମନ୍ତେ ପୁନଃପୌନିକ ବ୍ୟୟ ଏବଂ କ୍ୟାମ୍ପସ ପାଇଁ ଆବଶ୍ୟକ ମୌଳିକ ଭିତିଭୂମି ନିର୍ମାଣ ଲାଗି ହେବାକୁ ଥିବା ଖର୍ଚ୍ଚ ନିମନ୍ତେ ୩୬୩୯.୩୨ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହି କାର୍ଯ୍ୟ ୩୬ ମାସ ମଧ୍ୟରେ ସମ୍ପୂର୍ଣ୍ଣ ହେବ। କ୍ୟାବିନେଟ ଏହିସବୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଲାଗି କ୍ୟାବିନେଟ ଦ୍ୱାର ପୂର୍ବରୁ ଅନୁମୋଦିତ ୩ ହଜାର କୋଟି ଟଙ୍କାର ଅର୍ଥ ବାଦ୍‍ ଅତିରିକ୍ତ ଖର୍ଚ୍ଚ ଲାଗି ୧୪୭୪.୬୫ କୋଟି ଟଙ୍କାକୁ ମଧ୍ୟ ପିଛିଲା ଭାବେ ମଞ୍ଜୁରି ଦେଇଛନ୍ତି।

ଏହି ସବୁ ନୂଆ ବିଶ୍ୱବିଦ୍ୟାଳୟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଆଇନ ୨୦୦୯ ଅଧିନରେ ବିହାର, ଗୁଜରାଟ, ହରିଆଣା, ହିମାଚଳପ୍ରଦେଶ, ଜାମ୍ମୁ-କଶ୍ମୀର (୨), ଝାଡ଼ଖଣ୍ଡ, କର୍ଣ୍ଣାଟକ, କେରଳ, ଓଡ଼ିଶା, ପଞ୍ଜାବ, ରାଜସ୍ଥାନ ଏବଂ ତାମିଲନାଡ଼ୁରେ ପ୍ରତିଷ୍ଠା କରାଯାଇଛି।

- Advertisement -

ଏଗୁଡ଼ିକ ମଧ୍ୟରେ ରହିଛି :-

୧. ଦକ୍ଷିଣ ବିହାର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଗୟା, ବିହାର

୨. ହରିୟାଣା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ମହେନ୍ଦ୍ରଗଡ଼

୩. ଜାମ୍ମୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଜାମ୍ମୁ

୪. ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ରାଞ୍ଚି

୫. କଶ୍ମୀର କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଶ୍ରୀନଗର

୬. କର୍ଣ୍ଣାଟକ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଗୁଲବର୍ଗା

୭. କେରଳ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କାସରଗୋଡ଼

୮. ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, କୋରାପୁଟ

୯. ପଞ୍ଜାବ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଭଟିଣ୍ଡା

୧୦. ରାଜସ୍ଥାନ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ବାନ୍ଦରା ସିନ୍ଦରୀ, ରାଜସ୍ଥାନ

୧୧. ତାମିଲନାଡ଼ୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ତିରୁୱରୁର

୧୨. ଗୁଜରାଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ, ଗୁଜରାଟ

୧୩. ହିମାଚଳ ପ୍ରଦେଶ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ

ଏହାଦ୍ୱାରା ଉଚ୍ଚଶିକ୍ଷାର ମାନ ବୃଦ୍ଧି ପାଇବ ଏବଂ ଅନ୍ୟ ବିଶ୍ୱବିଦ୍ୟାଳୟଗୁଡ଼ିକର ଅନୁସରଣ ନିମନ୍ତେ ଅନୁକରଣଯୋଗ୍ୟ ମାନଦଣ୍ଡ ନିର୍ଦ୍ଧାରିତ ହେବ। ଯଦ୍ଦ୍ୱାରା ଶୈକ୍ଷଣୀୟ ସୁବିଧାରେ କ୍ଷେତ୍ରୀୟ ସନ୍ତୁଳନକୁ ମଧ୍ୟ ହ୍ରାସ କରିବାରେ ସହାୟତା ମିଳିପାରିବ।

Hot this week

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯବାନଙ୍କ ଶେଷକୃତ ସମ୍ପନ୍ନ

ଗୋପାଳପୁର -   ଗୋପାଳପୁର ଥାନା ଅନ୍ତର୍ଗତ ପୁରୁଣା ବକ୍ସିପଲ୍ଲୀ ଗ୍ରାମରେ  ସେନାର...

ପରିଶ୍ରା କରିଦେବାରୁ ପ୍ରଥମ ଶ୍ରେଣୀ ଛାତ୍ରକୁ ବାଡିରେ ମାଡ ମାରି ଆହତ କଲେ ଚତୁର୍ଥ ଶ୍ରେଣୀ ଛାତ୍ର

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ସଲାଗୁଡା ପଞ୍ଚାୟତ ସଲାଗୁଡା...

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

Related Articles

Popular Categories