www.samajalive.in
Sunday, December 7, 2025
26.1 C
Bhubaneswar

ଔଷଧ ଦୋକାନରୁ ଚୋରି

ପିପିଲି:ପିପିଲି ଥାନା ଅନ୍ତର୍ଗତ ତେଇସିପୁର ବଜାରରେ ଥିବା ମା’ କ୍ଷେତ୍ରପାଳୀ ଔଷଧ ଦୋକାନର ଲୁହା ସଟର ଓ କବାଟର ତାଲାକୁ ରବିବାର ରାତିରେ କେତେକ ଦୁର୍ବୃତ୍ତ ଭାଙ୍ଗି ଦୋକାନ ମଧ୍ୟରେ ଥିବା ୨୦ ହଜାର ଟଙ୍କା, ଏକ ବଡ ଏଲ୍‍ଇଡି ଟିଭି, ସିସିଟିଭି ହାର୍ଡଡିକ୍ସ ଓ ମନିଟର ଆଦିକୁ ଚୋରି କରି ନେଇଥିବା ଅଭିଯୋଗ ହୋଇଛି। ସୋମବାର ସକାଳେ ଦୋକାନ ଖୋଲିବା ସମୟରେ ଚୋରି ହୋଇଥିବା ଜଣାପଡିବା ପରେ ଦୋକାନର ମାଲିକ ବିଜୟ କୁମାର ମହାପାତ୍ର ଏ ସଂପର୍କରେ ପୁଲିସରେ ଲିଖିତ ଅଭିଯୋଗ କରିଥିଲେ। ପିପିଲି ଆଇଆଇସି ସୌମେନ୍ଦୁ ଶେଖର ତ୍ରିପାଠୀ, ସାତଶଙ୍ଖ ଫାଣ୍ଡି ଅଧିକାରୀ ପ୍ରକାଶ କୁମାର ମଲ୍ଲିକ ପ୍ରମୁଖ ସାଇଣ୍ଟିଫିକ୍‍ ଟିମ୍‍ ସହ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଥିଲେ। ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳର ଅପରାଧିମାନେ ସଂପୃକ୍ତ ଥିବାର ସାଧାରଣରେ ସନ୍ଦେହ କରାଯାଉଥିବା ବେଳେ ବିଭିନ୍ନ ସ୍ଥାନର ସିସିଟିଭି ଫୁଟେଜ୍‍କୁ ନେଇ ପୁଲିସ ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

ଦେଖନ୍ତୁ ଛାତିଥରା ଭିଡିଓ; ରାତିରେ ରାସ୍ତାରେ ଯାଉଥିଲେ ଦମ୍ପତି, ସାମ୍ନାକୁ ଆସିଗଲା ସିଂହ, ଆଉ ତା’ପରେ..

- Advertisement -

 

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories