www.samajalive.in
Saturday, December 6, 2025
26.1 C
Bhubaneswar

ବାକି ଆବେଦନକାରୀଙ୍କୁ ଦୀପାବଳିରେ ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ତିନିଦିନିଆ କେନ୍ଦୁଝର ଗସ୍ତର ଶେଷ ଦିନରେ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। କେନ୍ଦୁଝର ସର୍କିଟ ହାଉସ ଓ ମଣ୍ଡୁଆସ୍ଥିତ ଅଭିଯୋଗ ଶୁଣାଣି କ୍ୟାମ୍ପ କାର୍ଯ୍ୟାଳୟରେ ସାଧାରଣ ଲୋକଙ୍କୁ ଭେଟି ସେମାନଙ୍କର ଅଭିଯୋଗ ପତ୍ର ଗ୍ରହଣ କରିବା ସହିତ ସମସ୍ୟାର ସମାଧାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ପାଖାପାଖି ୨୫୦ ଲୋକ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସେମାନଙ୍କ ସମସ୍ୟା ସମ୍ପର୍କରେ ଅଭିଯୋଗ ପତ୍ର ଦେଇଥିଲେ। ମୁଖ୍ୟମନ୍ତ୍ରୀ ନିଜେ ପ୍ରତ୍ୟକ୍ଷଭାବେ ଏହା ଗ୍ରହଣ କରି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେବାକୁ ପଦାଧିକାରୀମାନଙ୍କୁ ନିର୍ଦେଶ ଦେଇଥିଲେ। ଏହି ଅବସରରେ ସୁଭଦ୍ରା ଟଙ୍କା ପାଇନଥିବା ଆବେଦନକାରୀ କାଳି ପୂଜା ବେଳକୁ ଏହା ପାଇଯିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories