www.samajalive.in
Sunday, December 7, 2025
14.1 C
Bhubaneswar

ଜନ୍ମ ବାର୍ଷିକୀରେ ମିସାଇଲ ମ୍ୟାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି

ଛତ୍ରପୁର : ଆଜି ଭାରତ ରତ୍ନ ପୂର୍ବତନ ରାଷ୍ଟ୍ରପତି ସ୍ବର୍ଗତ ଡ଼ଃ ଏପିଜେ. ଅବଦୁଲ କାଲାମଙ୍କ ୯୩ ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ଛତ୍ରପୁରଠାରେ ମିସାଇଲ ମ୍ୟାନଙ୍କୁ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଛତ୍ରପୁର ଏନଏସି ଉପାଧ୍ୟକ୍ଷ ଜି ପାପା ରାଓ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ  ଯୋଗ ଦେଇ ସ୍ଥାନୀୟ ପୁରୁଣା ଥାନା ସମ୍ମୁଖରେ ଥିବା ଏ. ପି. ଜେ. ଅବଦୁଲ କାଲାମଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ତାଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ।ଭାରତରେ କ୍ଷେପାଣାସ୍ତ୍ର କାର୍ଯ୍ୟକ୍ରମକୁ ସଫଳତାର ଶିଖରରେ ପହଞ୍ଚାଇବାରେ କଲାମଙ୍କ ଯୋଗଦାନ ଅତୁଳନୀୟ। ୧୯୩୧ ମସିହା ଆଜିର ଦିନରେ ସେ ଜନ୍ମଗ୍ରହଣ କରିଥିଲେ। ରାଧେଶ୍ୟାମ ଫାଉଣ୍ଡେସନ୍ ଏଣ୍ଡ ଚାରିଟେବଲ୍ ଟ୍ରଷ୍ଟ ପକ୍ଷରୁ ସଭାପତି ତଥା ୧୦ନଂ ୱାର୍ଡ କାଉନସିଲର ଦେବାଶିଷ ମିଶ୍ର ଙ୍କ ପୌରହିତ୍ୟ ରେ ସ୍ବର୍ଗତ ଡ଼ଃ ଏ. ପି. ଜେ. ଅବଦୁଲ କାଲାମଙ୍କ ୯୩ ତମ ଜନ୍ମ ବାର୍ଷିକୀ ମହା ସମାରୋହରେ ପାଳିତ ହୋଇଛି। କାଉନସିଲର ପ୍ରିତିଛନ୍ଦା ସାମଲ, ଟ୍ରଷ୍ଟ ର ଉପସଭାପତି ଅଟଳ ବିହାରୀ ପଟ୍ଟନାୟକ, ଉପଦେଷ୍ଟା ଡ଼ଃ ପ୍ରଶାନ୍ତ କୁମାର ଶତପଥୀ ପ୍ରମୁଖ ଯୋଗଦେଇ ସ୍ୱର୍ଗତ ଅବଦୁଲ କଲାମ ଙ୍କ ସ୍ମୃତି ଚାରଣ କରିଥିଲେ।

Hot this week

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

Related Articles

Popular Categories