www.samajalive.in
Wednesday, December 10, 2025
15.1 C
Bhubaneswar

ଅଗ୍ନିପଥ ଯୋଜନା – ଆସନ୍ତା ୧୮ରୁ ୨୬ ପୁରୀ ତାଳବଣିଆରେ ନିଯୁକ୍ତି ଶିବିର

ଡ଼େସ୍କ: ଅଗ୍ନିପଥ ଯୋଜନାରେ ଚୟନ ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର ଅନୁଷ୍ଠିତ ହେବ। ନିଯୁକ୍ତି ଶିବିରରେ କଟକ, ପୁରୀ, ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରୁ ଚୟନ ହୋଇଥିବା ପ୍ରାର୍ଥୀ ଏବଂ ନିୟମିତ ସୈନିକ ଏବଂ ପଶ୍ଚିମବଙ୍ଗ, ଓଡ଼ିଶା ଓ ସିକ୍କିମର ମହିଳା ମିଲିଟାରୀ ପୁଲିସ ପାଇଁ ସର୍ଟଲିଷ୍ଟ ହୋଇଥିବା ପ୍ରାର୍ଥୀମାନେ ଅଂଶଗ୍ରହଣ କରିପାରିବେ। ଅନଲାଇନରେ ସାଧାରଣ ପ୍ରବେଶିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଚୟନ ହୋଇଥିବା ପ୍ରାର୍ଥୀଙ୍କୁ ଶାରୀରିକ ପରୀକ୍ଷା ଏବଂ ମେଡ଼ିକାଲ ପରୀକ୍ଷା ପାଇଁ ଡକାଯାଇଛି। ପଞ୍ଜୀକୃତ ଇମେଲ୍ ଆଇଡିରେ ପ୍ରାର୍ଥୀମାନଙ୍କୁ ଆଡମିଟ୍ କାର୍ଡ ପଠାଇ ଦିଆଯାଇଛି। ପ୍ରାର୍ଥୀମାନେ ଭାରତୀୟ ସେନାର ୱେବସାଇଟ୍ joinindianarmy.nic.in ୱେବସାଇଟରେ ଥିବା ସେମାନଙ୍କ ପ୍ରୋଫାଇଲରେ ଲଗଇନ କରି ନିଯୁକ୍ତି ଶିବିର ପାଇଁ ଆଡମିଟ୍ କାର୍ଡ ଡାଉନ ଲୋଡ୍ କରିପାରିବେ। ଏ ନେଇ କୌଣସି ସନ୍ଦେହ ଥିଲେ, ପ୍ରାର୍ଥୀମାନେ ୦୬୭୧-୨୩୦୫୨୮୦ ଏବଂ ୯୪୩୭୧୬୨୨୮୦ ନମ୍ବରରେ କଟକ ଏଆରଓଙ୍କ ସହିତ ଯୋଗାଯୋଗ କରିପାରିବେ।

ସୂଚନା ଅନୁଯାୟୀ, ନିଯୁକ୍ତି ପ୍ରକ୍ରିୟା ସମୟରେ କୌଣସି ବ୍ୟକ୍ତିଙ୍କୁ ନିଜର ଅସଲି ପ୍ରମାଣପତ୍ର ନଦେବା ଏବଂ ଠକ/ଏଜେଣ୍ଟଙ୍କ ପ୍ରଲୋଭନର ବଶବର୍ତ୍ତୀ ନହେବା ଲାଗି ପ୍ରାର୍ଥୀମାନଙ୍କୁ ପରାମର୍ଶ ଦିଆଯାଉଛି। ଏପରି କୌଣସି ଘଟଣା କ୍ଷେତ୍ରରେ ପ୍ରାଥୀମାନେ ତୁରନ୍ତ ସ୍ଥାନୀୟ ପୁଲିସ ଏବଂ କଟକସ୍ଥିତ ସେନା ନିଯୁକ୍ତି କାର୍ଯ୍ୟାଳୟରେ ତୁରନ୍ତ ଅଭିଯୋଗ କରାଯାଇପାରିବ। ଏଭଳି ଠକ/ଏଜେଣ୍ଟଙ୍କୁ ଗିରଫ କରିବା ଲାଗି ଏବଂ ନିଯୁକ୍ତି ଶିବିର ସମୟରେ ଠକାମି ନିମନ୍ତେ ସ୍ଥାନୀୟ ପୁଲିସ ଓ ନାଗରିକ ପ୍ରଶାସନ ଜରିଆରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories