www.samajalive.in
Sunday, December 7, 2025
15.1 C
Bhubaneswar

ଖଣ୍ଡା ଆକ୍ରମଣରେ ଛିଣ୍ଡିଲା ଯୁବକଙ୍କ ହାତ ପାପୁଲି

ବ୍ରହ୍ମପୁର: ବ୍ରହ୍ମପୁରରେ ଅଭାବନୀୟ ଘଟଣା ଘଟିଛି। ଖଣ୍ଡା ଆକ୍ରମଣରେ ଛିଣ୍ଡିଲା ଯୁବକଙ୍କ ହାତ ପାପୁଲି। ବ୍ରହ୍ମପୁର ବଡ ବଜାର ଥାନା ଅଞ୍ଚଳରେ ଅଜିତ୍ ନାୟକ ନାମକ ଜଣେ ଯୁବକଙ୍କୁ ୪ରୁ ୫ ଜଣ ଦୁର୍ବୁତ୍ତ ଖଣ୍ଡାରେ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ଏବଂ ଆକ୍ରମଣକାରୀମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରେ ଖବର ପାଇ  ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଆହତ ଅଜିତ୍ କୁ ଉଦ୍ଧାର କରି ଏମକେସିଜି ମେଡିକାଲରେ ଭର୍ତ୍ତି କରିଥିଲା । ଅଜିତ୍ ନାଁରେ ବହୁ ଅପରାଧିକ  ମାମଲା ଥିବା ସୂଚନା​‌ ମିଳିଛି । ପୂର୍ବ ଶତ୍ରୁତାରୁ ଏଭଳି ଅଘଟଣ ଘଟିଥିବା ଅନୁମାନ କରାଯାଉଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories