www.samajalive.in
Sunday, December 7, 2025
26.1 C
Bhubaneswar

ଯୁବକଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା : ଗାଁରେ ଉତ୍ତେଜନା, ଅଭିଯୁକ୍ତ ଗିରଫ

କେନ୍ଦୁଝର: ଯୁବକଙ୍କୁ ହତ୍ୟା ପରେ ପ୍ରବଳ ଉତ୍ତେଜନା। କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ମଙ୍ଗଳବାର ବିଳମ୍ବିତ ରାତିରେ ପାଣ୍ଡୁଆ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ କେହି ଦୁର୍ବୁତ୍ତ ଠେଙ୍ଗାରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାକୁ ନେଇ ଗାଁରେ ପ୍ରବଳ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଗ୍ରାମବାସୀମାନେ ଗାଁ ଦାଣ୍ଡରେ ମୃତଦେହ ରଖି ରାସ୍ତା ଅବରୋଧ କରିଥିବା ଦେଖିବାକୁ ମିଳିଥିଲା। ଅନ୍ୟପଟେ ମୃତକଙ୍କ ସମର୍ଥକଙ୍କ ଆକ୍ରମଣରେ ଜଣେ ମହିଳା  ଏବଂ ଦୁଇ ଜଣ ପୁରୁଷ ଆହତ ହୋଇଛନ୍ତି। ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ଖବର ପାଇ ପୁଲିସ୍ ଗାଁରେ ପହଞ୍ଚି ଅଧିକ ଛାନଭିନ୍ କରିବା ସହ ଅଭିଯୁକ୍ତକୁ ଗିରଫ କରିଛି। ସୁରକ୍ଷା ପାଇଁ ଆନନ୍ଦପୁର  ଏସଡିପିଓଙ୍କ ସମେତ ୬ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହୋଇଛନ୍ତି।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories