www.samajalive.in
Tuesday, December 9, 2025
16.1 C
Bhubaneswar

ଦକ୍ଷ ରାଜନେତା ତଥା ସମାଜସେବୀ ଭାବରେ ସୁନାମ ଅର୍ଜନ କରିଥିଲେ ସ୍ବର୍ଗତ ପ୍ରଭାତ ସାମନ୍ତରାୟ

ଭୁବନେଶ୍ବର: କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ସାଂସଦ ପ୍ରଭାତ ସାମନ୍ତରାୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ ସାମନ୍ତରାୟ ଜଣେ ଦକ୍ଷ ରାଜନେତା ତଥା ସମାଜସେବୀ ଭାବରେ ସୁନାମ ଅର୍ଜନ କରିଥିଲେ। କେନ୍ଦ୍ରାପଡା ଲୋକସଭା ନିର୍ବାଚନ ମଣ୍ଡଳୀର ସାଂସଦ ଭାବେ ସେ କେନ୍ଦ୍ରାପଡା ତଥା ରାଜ୍ୟର ସମସ୍ୟାକୁ ସଂସଦରେ ଦକ୍ଷତାର ସହ ଉପସ୍ଥାପନ କରିଥିଲେ। ଜିଲ୍ଲା ତଥା ରାଜ୍ୟର ବିକାଶ ପାଇଁ ଅନେକ ପଦକ୍ଷେପ ନେଇ ସେ ସାଧାରଣ ଲୋକଙ୍କ ଶ୍ରଦ୍ଧା ଭାଜନ ହୋଇପାରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ସ୍ବର୍ଗତ ସାମନ୍ତରାୟଙ୍କ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇବା ସହିତ ପରଲୋକ ଗତ ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories