www.samajalive.in
Saturday, December 13, 2025
14.1 C
Bhubaneswar

କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ, ନୟାପଲ୍ଲୀ ପୁଲିସର ତନାଘନା ଜାରି

ଭୁବନେଶ୍ବର: ନୟାପଲ୍ଲୀ ଥାନା ଅଞ୍ଚଳରେ କୋଷ୍ଟଗାର୍ଡ ଡିଆଇଜି ଏବଂ ତାଙ୍କ ପତ୍ନୀଙ୍କୁ ୨ଜଣ ମଦ୍ୟପ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏହି ୨ଜଣ ମଦ୍ୟପ ସେମାନଙ୍କୁ ଦୁର୍ବ୍ୟବହାର କରିବା ସହ ଧମକ ଦେଇଥିବା ଅଭିଯୋଗ କରାଯାଇଛି।

ଭୁବନେଶ୍ବର ନୟାପଲ୍ଲୀ ଥାନାରେ ଡିଆଇଜି ଲିଖିତ ଅଭିଯୋଗ କରି କହିଛନ୍ତି ଯେ ମାର୍କେଟିଂ ସାରି ତାଙ୍କ ପତ୍ନୀଙ୍କ ସହ ଫେରୁଥିବାବେଳେ ରାତି ପ୍ରାୟ ୧୧ଟାବେଳେ ରାସ୍ତାରେ ୨ଜଣ ମଦ୍ୟପ ବାଇକରେ ଆସି ସେମାନଙ୍କୁ ଦୁର୍ବ୍ୟବହାର କରିଛନ୍ତି। ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି। କୋଷ୍ଟଗାର୍ଡର ଡିଆଇଜିଙ୍କ ଅଭିଯୋଗକୁ ନୟାପଲ୍ଲୀ ଥାନା ଆଇଆଇସି ଗ୍ରହଣ କରିବା ପରେ ସିସିଟିଭି ଫୁଟେଜକୁ ଯାଞ୍ଚ କରାଯାଇ ତଦନ୍ତ ଆରମ୍ଭ ହୋଇଛି। ପୁଲିସ ଅଭିଯୋଗ ପାଇବା ପରେ ଘଟଣାସ୍ଥଳକୁ ପିସିଆର ପଠାଇଛି। ତତ୍କାଳ ପଦକ୍ଷେପ ନେବା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଥିବା ନୟାପଲ୍ଲୀ ଆଇଆଇସି ପ୍ରକାଶ କରିଛନ୍ତି।

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories