www.samajalive.in
Saturday, December 13, 2025
23.1 C
Bhubaneswar

ପୁଟିନଙ୍କ ନିମନ୍ତ୍ରଣ ଗ୍ରହଣ କଲେ ମୋଦୀ, ୨୨ରେ ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ

ସମାଜ ଡିଜିଟାଲ ଡେସ୍କ: ଆସନ୍ତା ୨୨ ଓ ୨୩ ତାରିଖ ଦୁଇଦିନ ଧରି ରୁଷର କଜନଠାରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବେ। ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏଥିପାଇଁ ଭାରତକୁ ନିମନ୍ତ୍ରଣ ପଠାଇଥିଲେ, ଯାହାକୁ ପ୍ରଧାନମନ୍ତ୍ରୀ ମୋଦୀ ଗ୍ରହଣ କରିଥିବା ନେଇ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଶୁକ୍ରବାର ସୂଚନା ଦେଇଛି। ଚଳିତ ସମ୍ମିଳନୀର ଥିମ ରହିଛି ‘ବୈଶ୍ଵିକ ବିକାଶ ଓ ନିରାପତ୍ତା ଲାଗି ବହୁପକ୍ଷବାଦକୁ ମଜଭୁତ କରିବା’।

ବ୍ରାଜିଲ, ରୁଷ, ଭାରତ, ଚୀନ ଏବଂ ଦକ୍ଷିଣ ଆଫ୍ରିକାକୁ ନେଇ ଗଠିତ ହୋଇଥିବା ହୋଇଥିବା ବ୍ରିକ୍ସ ସଂଗଠନକୁ ପରିବର୍ଦ୍ଧିତ କରାଯାଇ ଆଉ ୪ଟି ଦେଶକୁ ସାମିଲ କରାଯାଇଛି। ଏହି ଦେଶଗୁଡ଼ିକ ହେଲା ଇଜିପ୍ଟ,, ଇଥିଓପିଆ, ଇରାନ ଏବଂ ୟୁଏଇ। ବିଶ୍ଵସ୍ତରରେ ରାଜନୈତିକ ଏବଂ ଅର୍ଥନୈତିକ ସମସ୍ୟା ସମ୍ପର୍କରେ ଆଲୋଚନା ସମ୍ମିଳନୀ ଏକ ଲକ୍ଷ୍ୟ। ତେବେ ଏହି ସମ୍ମିଳନୀ ସମୟରେ ପ୍ରଧାନମନ୍ତ୍ରୀ ଅନ୍ୟ ଦେଶଗୁଡ଼ିକ ସହିତ ଦ୍ଵିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି।

Hot this week

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

ଲକ୍ଷ୍ମୀଙ୍କ କୃପାରୁ ବିଛା ରାଶିରେ ହେବ ପ୍ରଚୁର ଧନ ବର୍ଷା; ନୂତନ ବର୍ଷରେ ବଦଳିବ ଭାଗ୍ୟ, ସତର୍କ ରୁହନ୍ତୁ

ସମାଜ ଡିଜିଟାଲ ଡେସ୍କ: ଦ୍ରିକ୍‌ ପଞ୍ଚାଙ୍ଗ ଅନୁସାରେ ୨୦୨୬ରେ ମଙ୍ଗଳ ବିଛା...

ସମ୍ପାଦକୀୟ : ରାତ୍ରି ଆଶ୍ରୟସ୍ଥଳୀ

ଏକ ମୌଳିକ ଆବଶ୍ୟକତା ଚଳିତ ବର୍ଷର ହାଡ଼ଭଙ୍ଗା ଶୀତ ପୁଣି ଥରେ ଓଡ଼ିଶାର...

Related Articles

Popular Categories