www.samajalive.in
Monday, December 8, 2025
13.1 C
Bhubaneswar

ପପିଲି ମାମଲାରେ ହାଇକୋର୍ଟର ଦ୍ବାରସ୍ଥ ହେଲା କ୍ରାଇମବ୍ରାଞ୍ଚ

କଟକ : ପିପିଲି ଗଣଦୁଷ୍କର୍ମ ଓ ହତ୍ୟା ଅଭିଯୋଗ ମାମଲା ହାଇକୋର୍ଟରେ ପହଞ୍ଚିଛି। ତଳ କୋର୍ଟଙ୍କ ରାୟକୁ ଚାଲେଞ୍ଜ କରି କ୍ରାଇମବ୍ରାଞ୍ଚ ହାଇକୋର୍ଟର ଦ୍ବାରସ୍ଥ ହୋଇଛି । ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ଡିତ କରିବା ପାଇଁ କ୍ରାଇମବ୍ରାଞ୍ଚ ନିବେଦନ କରିଛି। ପୂର୍ବରୁ ୨ ଅଭିଯୁକ୍ତ ତଳକୋର୍ଟରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ ଘଟଣାକୁ ନେଇ ରାଜ୍ୟ ତମାମ ପ୍ରତିକ୍ରିୟା ପ୍ରକାଶ ପାଇଥିଲା। ଏପରିକି କ୍ରାଇମବ୍ରାଞ୍ଚର କାର୍ୟ୍ୟପନ୍ଥାକୁ ନେଇ ମଧ୍ୟ ପ୍ରଶ୍ନ ଉଠିଥିଲା।

ଉଲ୍ଲେଖଯୋଗ୍ୟ, ପିପିଲି ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୁଇ ଅଭିଯୁକ୍ତ ଭାଇ ପ୍ରଶାନ୍ତ ପ୍ରଧାନ ଓ ସୁକାନ୍ତ ପ୍ରଧାନଙ୍କୁ ଭୁବନେଶ୍ୱର ପ୍ରଥମ ଅତିରିକ୍ତ ଜିଲା ଦୌରାଜଜ ଦୋଷମୁକ୍ତ କରିଥିଲେ । କୋର୍ଟଙ୍କ ରାୟ ପରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ପ୍ରଦୀପ ମହାରଥୀ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇବା ସହ ମନ୍ତ୍ରୀ ତାଙ୍କ ପଦ ମଧ୍ୟ ହରାଇଥିଲେ।

- Advertisement -

୨୦୧୧ ନଭେମ୍ବର ୨୯ ତାରିଖରେ ପିପିଲି ଅର୍ଜୁନଗଦା ନିକଟରୁ ପୀଡ଼ିତାଙ୍କୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ତାଙ୍କୁ ଦୁଷ୍କର୍ମ ସହ ହତ୍ୟା ଉଦ୍ୟମ କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ୨୦୧୨ ଜୁନ୍ ୨୧ ତାରିଖରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

Hot this week

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

Related Articles

Popular Categories