ଶ୍ରୀମନ୍ଦିର ସେବାୟତଙ୍କୁ ଭୁଜାଲିରେ ଆକ୍ରମଣ

ସମାଜ ଡିଜିଟାଲ ଡେସ୍କ: ଶ୍ରୀମନ୍ଦିର ସେବାୟତ ତଥା ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଶୁକ୍ରବାର ଅପରାହ୍ନରେ ଶ୍ରୀମନ୍ଦିର ପଶ୍ଚିମଦ୍ଵାର ନିକଟରେ ବକ୍ସିଙ୍କୁ କିଛି ଦୁର୍ବୃତ୍ତ ଭୁଜାଲିରେ ହାଣିଛନ୍ତି। ରାବିଡ଼ି ବିକ୍ରିକୁ କେନ୍ଦ୍ର କରି ଏହି ଆକ୍ରମଣ କରାଯାଇଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ବକ୍ସିଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଡାକ୍ତରମାନେ ସେଠାରେ ତାଙ୍କର ଚିକିତ୍ସା କରୁଛନ୍ତି।

Comments are closed.