www.samajalive.in
Sunday, December 7, 2025
13.1 C
Bhubaneswar

ଚଳିତ ବର୍ଷରୁ ଆୟୁଷ୍ମାନ ଭାରତ ଯୋଜନା; ମିଳିବ ଏକକ କାର୍ଡ, ରାଜ୍ୟର ୩.୫କୋଟି ଲୋକ ହେବେ ଉପକୃତ

ଭୁବନେଶ୍ୱର (ବ୍ୟୁରୋ): ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ରାଜ୍ୟର ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ପାଇଁ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ପ୍ରଦାନ କରାଯିବ। ଉଭୟ ଯୋଜନା ଅଧୀନରେ ରାଜ୍ୟର ସାଢ଼େ ୩ କୋଟି ଲୋକ ଉପକୃତ ହେବେ। ଏହାଦ୍ୱାରା ରାଜ୍ୟବାସୀଙ୍କୁ ସାମାଜିକ ନିରାପତ୍ତା ମିଳିପାରିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ପାଇଁ ଘୋଷଣା କରିଛନ୍ତି। ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କଙ୍କ ସାମାଜିକ ନିରାପତ୍ତା ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରାଜ୍ୟର ୭୦ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ଏହି କାର୍ଡରେ ସ୍ବାସ୍ଥ୍ୟ ବୀମା ସୁବିଧା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି। ବର୍ତ୍ତମାନ ରେସନକାର୍ଡ ଇ-କେୱାଇସି ପଞ୍ଜୀକରଣ ଅବ୍ୟାହତ ରହିଛି। ଏହି ପଞ୍ଜୀକରଣ ଶେଷ ପରେ ରାଜ୍ୟରେ ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସ୍କ ବ୍ୟକ୍ତିଙ୍କ ସମ୍ପର୍କରେ ସ୍ପଷ୍ଟ ଚିତ୍ର ଜଣାପଡ଼ିବ। ଏହାପରେ ସେମାନଙ୍କୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ସ୍ବାସ୍ଥ୍ୟସେବା ଯୋଗାଇ ଦିଆଯିବ ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ କହିଛନ୍ତି। ପୂର୍ବର ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ମାତ୍ର ୯୫୭ଟି ହସ୍ପିଟାଲରେ ରାଜ୍ୟର ଲୋକଙ୍କୁ ସ୍ବାସ୍ଥ୍ୟ ବୀମା ସୁବିଧା ମିଳୁଥିଲା। ଉଭୟ ଆୟୁଷ୍ମ‌ାନ ଭାରତ ଓ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନାରେ ଦେଶର ୨୭ହଜାରରୁ ଅଧିକ ଅନୁବନ୍ଧିତ ହସ୍ପିଟାଲରେ ସବୁ ହିତାଧିକାରୀ ସ୍ବାସ୍ଥ୍ୟ ସେବା ପାଇପାରିବେ ବୋଲି ସେ କହିଛନ୍ତି।

ପ୍ରକାଶ ଯେ, ପୂର୍ବ ସରକାର ସମୟରେ ରାଜ୍ୟରେ କେବଳ ବିଏସ୍‌କେୱାଇ ଯୋଜନା କାର୍ଯ୍ୟକାରୀ ହୋଇଥିଲା। ଏହି ଯୋଜନାରେ ଜଣେ ମହିଳାଙ୍କୁ ୧୦ଲକ୍ଷ ଓ ଜଣେ ପୁରୁଷ ରୋଗୀଙ୍କୁ ୫ଲକ୍ଷ ଟଙ୍କା ଆର୍ଥିକ ସହାୟତା ଯୋଗାଇ ଦିଆଯାଉଥିଲା। ବିଜେପି କ୍ଷମତାକୁ ଆସିବା ପରେ ବିଏସ୍‌କେୱାଇ ଯୋଜନାର ନାମ ପରିବର୍ତ୍ତନ କରି ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା କରିଛନ୍ତି। ସେହିପରି କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ଆୟୁଷ୍ମାନ ଭାରତ ଯୋଜନାକୁ ପୂର୍ବ ସରକାର ରାଜ୍ୟରେ କାର୍ଯ୍ୟକାରୀ କରିନଥିଲେ। ବର୍ତ୍ତମାନ ବିଜେପି ସରକାର ଉଭୟ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ଓ ଆୟୁଷ୍ମାନ ଭାରତ ଯୋଜନା ରାଜ୍ୟରେ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories