www.samajalive.in
Saturday, December 6, 2025
14.1 C
Bhubaneswar

ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ, ନବୀନଙ୍କ ଶୋକ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ରାଜନେତା ତଥା ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କ ପରଲୋକ ଘଟିଛି। ଭୁବନେଶ୍ଵରର ଏକ ଡାକ୍ତରଖାନାରେ ଶନିବାର ପରିଡ଼ାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଅସୁସ୍ଥତା ଯୋଗୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତାଙ୍କୁ ୬୫ ବର୍ଷ ହୋଇଥିଲା। ପରିଡ଼ାଙ୍କ ମୃତ୍ୟୁ ପରେ ବିଜେଡି ସଭାପତି ନବୀନ ପଟ୍ଟନାକୟ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରକୁ ନବୀନ ସମବେଦନା ଜଣାଇଛନ୍ତି।

୨୦୦୪ରେ କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ପରିଡ଼ା ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ସେ ଓଡ଼ିଶା ଗଣ ପରିଷଦ (ଓଜିପି) ଦଳରୁ ପ୍ରାର୍ଥୀ ହୋଇ ବିଜେପି ପ୍ରାର୍ତୀ ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କୁ ପରାଜିତ କରିଥିଲେ। ଛାତ୍ର ଜୀବନରେ ସେ ୧୯୮୦-୮୧ରେ ସାଲେପୁର କଲେଜ ଛାତ୍ର ସଂସଦ ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ୨୦୨୧ରେ ସେ ଓଡ଼ିଶା ତୀରନ୍ଦାଜ ସଂଘର ସଭାପତି ଭାବେ ନିର୍ବାଚିତ ହୋଇଥିଲେ। ପରିଡ଼ା ଜୁଟ୍‌ ମାର୍କେଟିଂ କୋଅପରେଟିଭ ସୋସାଇଟି ନିର୍ଦେଶକ ପଦବୀରେ ମଧ୍ୟ କାର୍ଯ୍ୟ କରିଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories