www.samajalive.in
Sunday, December 7, 2025
23.1 C
Bhubaneswar

ବଦଳିବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ

ସମାଜ ଡିଜିଟାଲ ଡେସ୍କ: ପରିବର୍ତ୍ତନ ହେବ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ଯୋଜନାର ନାଁ। ଏହାବଦଳରେ ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନାଁ ରଖାଯାଇ ଯୋଜନା ଚାଲିବ ବୋଲି ପଞ୍ଚାୟତରାଜ ମନ୍ତ୍ରୀ ରବି ନାଏକ ସୂଚନା ଦେଇଛନ୍ତି। ଏହି ଯୋଜନାରେ ପଲ୍ଲୀସଭାକୁ ଗୁରୁତ୍ୱ ଦିଆଯିବ, ପଞ୍ଚାୟତ ପ୍ରତିନିଧିଙ୍କୁ କ୍ଷମତା ଦିଆଯିବ, ଲୋକଙ୍କ ପ୍ରସ୍ତାବ ଅନୁସାରେ ଗାଁ ଓ ପଞ୍ଚାୟତର ବିକାଶ ହେବ ବୋଲି ମନ୍ତ୍ରୀ କହିଛନ୍ତି। ଖାଲି ସେତିକି ନୁହେଁ ବ୍ୟବସ୍ଥାକୁ ଅଧିକ କ୍ରିୟାଶୀଳ କରାଯିବ ବୋଲି କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ। ଲୋକଙ୍କ ଆଭିମୁଖ୍ୟକୁ ନେଇ ଦୁଇ ଦିନ ଭିତରେ ଗାଇଡଲାଇନ୍‌‌ ଅଣାଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories