www.samajalive.in
Monday, December 8, 2025
20.1 C
Bhubaneswar

୩ଟି ଆଫ୍ରିକୀୟ ରାଷ୍ଟ୍ର ଗସ୍ତ ଶେଷରେ ଆଜି ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ରାଷ୍ଟ୍ରପତି

ଡେସ୍କ: ମାଲୱି ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଲଜେରିଆ, ମୌରିଟାନିଆ ଓ ମାଲୱି ଗସ୍ତ ଶେଷ ହେବା ପରେ ଆଜି ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ।

ସୂଚନା ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ତିନି ଆଫ୍ରିକୀୟ ଦେଶ ଗସ୍ତ ଆଲଜେରିଆ, ମୌରିଟାନିଆ ଏବଂ ମାଲାବି ସହିତ ଭାରତର ଐତିହାସିକ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡ଼ିଛି। ଭାରତର ରାଷ୍ଟ୍ରପତିତ୍ୱ କାଳରେ ଆଫ୍ରିକୀୟ ସଂଘକୁ ଜି-୨୦ର ସ୍ଥାୟୀ ସଦସ୍ୟ କରାଯିବାର ବର୍ଷକ ପରେ ଭାରତର ରାଷ୍ଟ୍ରପତି ପ୍ରଥମ ଥର ପାଇଁ ଏହି ଗସ୍ତ କରିଥିଲେ।

- Advertisement -

ସପ୍ତାହବ୍ୟାପୀ ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ୩ଟି ଦେଶର ନେତୃତ୍ୱଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବା ସହ ପ୍ରବାସୀ ଭାରତୀୟଙ୍କ ସହ ଆଲୋଚନା କରିଥିଲେ। ଏହି ଗସ୍ତ ଆଫ୍ରିକାର ଦେଶମାନଙ୍କ ସହିତ ଆମର ବର୍ତ୍ତମାନର ବନ୍ଧୁତ୍ୱପୂର୍ଣ୍ଣ ଏବଂ ସୌହାର୍ଦ୍ଦ୍ୟପୂର୍ଣ୍ଣ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ପାଇଁ ଭାରତର ଦୃଢ଼ ପ୍ରତିବଦ୍ଧତା ସ୍ପଷ୍ଟ ହୋଇଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories