www.samajalive.in
Saturday, December 13, 2025
27.1 C
Bhubaneswar

ଗଜଲକ୍ଷ୍ମୀ ପୂଜା ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ

ଫୁଲବାଣୀ: କନ୍ଧମାଳ ଜିଲାର ଫୁଲବାଣୀ ସମତେ ବିଭିନ୍ନ ଅଞ୍ଚଳରେ ଗଜଲକ୍ଷ୍ମୀ ପୂଜା ଆନନ୍ଦ ଉଲ୍ଳାସର ସହିତ ଆରମ୍ଭ ହୋଇଥିବା ବେଳେ ବିଭିନ୍ନ ସ୍ଥାନରେ ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହେଉଛି। ଏଭଳି ସ୍ଥଳେ ସାରଙ୍ଗଡ଼଼ ଠାରେ ଆୟୋଜିତ ପୂଜା ଅବସରରେ ଅଞ୍ଚଳର କୁନି କୁନି କଳାକାର ମାନଙ୍କୁ ନେଇ ଏକ ନୃତ୍ୟ ବିଚିତ୍ରା କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିଥି ଭାବେ ଡ଼, ଅମିତ୍‌‌ କୁମାର, ସହଦେବ ପାତ୍ର, ପୀତବାସ ବିଷୋୟୀ, ରାକେଶ କୋଠଦଳେଇ, ରାଜେନ୍ଦ୍ର ତ୍ରିପାଠୀ, ରୋହିତାଶ୍ୱ ନାୟକ, ଅଶୋକ ପାତ୍ର ପ୍ରମୁଖ ଯୋଗ ଦେଇ କଳାକାର ମାନଙ୍କୁ ଉତ୍ସାହିତ କରିଥିଲେ। ଅନୁଷ୍ଠିତ ସଭାରେ କମିଟିର ସଦସ୍ୟ ବନମାଳି ସାହି ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ସୁସାନ୍ତ ବେହେରା ଅତିଥି ପରିଚୟ ଓ ବାପି ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ପରିଚାଳନାରେ ସଦସ୍ୟ ବୁନା ପଣ୍ଡା, ମୁନା ସାହୁ, ରାନୁ ବିଷୋୟୀ, ସାନ୍ତନୁ ସାହୁ, ସୁନିଲ୍‌‌ ସାହୁ, ଦିଲିୀପ ସାହୁ, ଅରୁଣ ସାହୁ ପ୍ରମୁଖ ସହଯୋଗ କରିଥିଲେ। କାର୍ଯ୍ୟକ୍ରମକୁ ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହି ଉପଭୋଗ କରିଥିଲେ।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories