www.samajalive.in
Monday, December 8, 2025
13.1 C
Bhubaneswar

ମାଓବାଦୀଙ୍କ ଆଇଇଡି ବୋମା ବିସ୍ଫୋରଣ: ୨ ଯବାନ ସହିଦ

ମାଲକାନଗିରି : ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ନାରାୟଣପୁର ଜିଲାରେ ମାଓବାଦୀଙ୍କ ଦ୍ବାରା ଆଇଇଡି ବୋମା ବିସ୍ଫୋରଣ କରାଯାଇଛି। ଏଥିରେ ୨ ଯବାନ ସହିଦ ହୋଇଥିବାବେଳେ ୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଛତିଶଗଡ଼ର ନାରାୟଣପୁର ଜିଲାର ମାଓ ଅଧ୍ୟୁଷିତ ଓର୍ଚା, ମୋହାଣ୍ଡି ଏବଂ ଇରାକବତୀରୁ ଅଞ୍ଚଳରେ ଆଇଟିବିପି, ବିଏସ୍‌ଏଫ୍‌ ଓ ଡିଆରଜିର ଯବାନମାନେ ମିଳିତ ଭାବେ ମାଓ ଦମନ ପାଇଁ ତଲାସି ଅଭିଯାନ କରୁଥିଲେ। ଯବାନଙ୍କ ଫେରିବାବେଳେ ମୋହନ୍ଦି ଜଙ୍ଗଲରେ ମାଓବାଦୀମାନେ ପୂର୍ବରୁ ଖଞ୍ଜିଥିବା ବୋମା ବିସ୍ଫୋରଣ ଘଟିଥିଲା। ଏହି ବିସ୍ଫୋରଣରେ ୨ ଜଣ ଆଇଟିବିପି ଯବାନ ଗୁରୁତର ହୋଇଥିବାବେଳେ ନାରାୟଣପୁର ଜିଲା ପୁଲିସର ଦୁଇ ଜଣ ଯବାନ ମଧ୍ୟ ଆହତ ହୋଇଥିଲେ। ଗୁରୁତର ଯବାନ ଦ୍ୱୟଙ୍କୁ ପ୍ରାଥମିକ ଚିକିତ୍ସା ପରେ ଅଧିକ ଚିକିତ୍ସା ପାଇଁ ନାରାୟଣପୁରକୁ ହେଲିକପ୍ଟରର ଯୋଗେ ନିଆଯାଉଥିବା ବେଳେ ପାଗ ଖରାପ ଯୋଗୁଁ ହେଲିକପ୍ଟର ସଠିକ ସମୟରେ ପହଞ୍ଚି ପାରି ନଥିଲା। ସଠିକ ସମୟରେ ଚିକିତ୍ସା ଅଭାବରୁ ୨ ଯବାନ ସହିଦ ହୋଇଥିବା ଅଭିଯୋଗ ହୋଇଛି। ସେହିପରି ଅନ୍ୟ ଦୁଇଜଣ ଆହତ ପ୍ରାଥମିକ ଚିକିତ୍ସା ପରେ ସୁସ୍ଥ ଥିବା ଜଣାଯାଇଛି। ସହିଦ ଯବାନ ହେଲେ ଅମର ପାନୱାର୍ ଓ କେ.ରାଜେଶ। ଘଟଣାସ୍ଥଳରେ ତଲାସି ଅଭିଯାନକୁ ଜୋରଦାର କରାଯାଇଥିବା ପୁଲିସ କହିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories