www.samajalive.in
Sunday, December 7, 2025
26.1 C
Bhubaneswar

ପୋଡି ହୋଇ ଦମ୍ପତି ଗୁରୁତର

ବାଲେଶ୍ଵର: କିରାସିନ୍ ଢାଳି ଦେହରେ ନିଆଁ ଲଗାଇଲେ ସ୍ତ୍ରୀ। ଆଉ ପତ୍ନୀଙ୍କୁ ବଞ୍ଚାଇବାକୁ ଯାଇ ପୋଡି ହୋଇଗଲେ ସ୍ଵାମୀ। ଏଭଳି କିଛି ଅଭାବନୀୟ ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ସୋର ଥାନା ଆଡିଆ ଗାଁରେ।  ଗୁରୁତର ଅବସ୍ଥାରେ ଦମ୍ପତିଙ୍କୁ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ସୂଚନା ଅନୁସାରେ ଆଜି ସକାଳେ ସ୍ଵାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ କୌଣସି ପାରିବାରିକ କାରଣକୁ ନେଇ କଳହ ହୋଇଥିଲା। ଏଥିରେ ଉତକ୍ଷିପ୍ତ ହୋଇ ସ୍ତ୍ରୀ ଭାନୁମତୀ ମହାରଣା ନିଜ ଦେହରେ କିରୋସିନ୍ ଢାଳି ନିଆଁ ଲଗାଇଦେଇଥିଲେ। ଭାନୁମତୀଙ୍କୁ ବଞ୍ଚାଇବାକୁ ଯାଇ ଶଶିକାନ୍ତ ଗୁରୁତର ହୋଇଛନ୍ତି। ଗାଁ ଲୋକ ଉଭୟଙ୍କୁ ଉଦ୍ଧାର କରି ପ୍ରଥମେ ସୋର ମେଡିକାଲରେ ଭର୍ତ୍ତି କରିଥିଲେ। କିନ୍ତୁ ପରେ ଭାନୁମତୀଙ୍କ ସ୍ଵାସ୍ଥ୍ୟବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories