www.samajalive.in
Saturday, December 13, 2025
26.1 C
Bhubaneswar

ଧାନ ଉଠିବାର ୪୮ ଘଣ୍ଟା ମଧ୍ୟରେ ଚାଷୀଙ୍କ ଆକାଉଣ୍ଟକୁ ଆସିଯିବ ଟଙ୍କା: ଯୋଗାଣ ମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ୨୦୨୪-୨୫ ବର୍ଷ ପାଇଁ କଟକ ଜିଲାର ଧାନ କ୍ରୟ ଓ ସାଧାରଣ ବଣ୍ଟନ ବ୍ୟବସ୍ଥାର ରବିବାର ସମୀକ୍ଷା କରିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ଜିଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମୀକ୍ଷା ବୈଠକରେ କଟକ ଜିଲାର ସମସ୍ତ ବିଧାୟକ ଯୋଗ ଦେଇଥିଲେ। ଚଳିତ ଖରିଫ ଋତୁରୁ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ୩୧ ଶହ ଟଙ୍କା ଚାଷୀମାନଙ୍କୁ ପ୍ରଦାନ କରାଯିବ। ତା’ପୂର୍ବରୁ ଯୋଗାଣ ମନ୍ତ୍ରୀ ସମୀକ୍ଷା କରି କହିଛନ୍ତି ଚାଷୀଙ୍କ ଧାନ ଉଠିବାର ୪୮ ଘଣ୍ଟା ମଧ୍ୟରେ ସେମାନଙ୍କ ଆକାଉଣ୍ଟକୁ ଟଙ୍କା ଆସିଯିବ। ଏହି ସମୟରେ ଅସାଧୁ ବେପାରୀଙ୍କୁ କିଛି ଅଧିକାରୀ ଦୁର୍ନୀତି କରିବାକୁ ସୁଯୋଗ ଦେଉଛନ୍ତି, ସେମାନଙ୍କୁ ମନ୍ତ୍ରୀ ତାଗିଦ କରିଛନ୍ତି। ଏହାବ୍ୟତୀତ ‘କଟନୀ ଛଟନୀ’ କରାଯିବ ନାହିଁ। ଏଫଏକ୍ୟୁ ମାନର ଧାନ ପାଇଁ କ୍ୱାଲିଟି ଗ୍ରେନ ଆନାଲାଇଜର ମେସିନ ବ୍ୟବହାର କରାଯିବ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି। ଏଥିସହ ମଣ୍ଡିରେ ସିସିଟିଭି କ୍ୟାମେରା ଓ ଗାଡ଼ିରେ ଜିପିଏସ୍‌ ବ୍ୟବହାର କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

ସେହିଭଳି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ଗରିବ ଲୋକଙ୍କୁ ରାସନ କାର୍ଡରେ ଅନ୍ତର୍ଭୁକ୍ତ କରିବା ସହ ଧନୀକ ବ୍ୟକ୍ତି ବିଶେଷ ହାତେଇଥିବା ରାସନ କାର୍ଡ କାଟିବାକୁ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ମନ୍ତ୍ରୀ। ଅପରପକ୍ଷେ ସରକାର ଧାନର ଏମଏସପି ଉପରେ ୮ ଶହ ଟଙ୍କା ବୃଦ୍ଧି କରିଥିଲେ ମଧ୍ୟ ପଞ୍ଜିକୃତ ଚାଷୀଙ୍କ ସଂଖ୍ୟା କଟକ ଜିଲାରେ ହ୍ରାସ ପାଇଥିବା କହିଛନ୍ତି ବାଙ୍କୀ ବିଧାୟକ। ସେହିପରି ସାଧାରଣ ବଣ୍ଟନ ବ୍ୟବସ୍ଥାରେ ୧୮ ମାସ ହେଲା ଡିଲରମାନେ ସେମାନଙ୍କ ପ୍ରାପ୍ୟ ପାଇନାହାନ୍ତି। ହିତାଧିକାରୀଙ୍କ ଟିପ ବ୍ୟବସ୍ଥାକୁ କୋହଳ କରିବା ଏବଂ ଡିପୁରୁ ଡିଲର ପଏଣ୍ଟ ଯାଏ ମାଲ ପରିବହନ କରୁଥିବା ଗାଡି ଗୁଡିକରେ ଜିପିଏସ୍‌ ବ୍ୟବସ୍ଥା ଲାଗୁ କରାଯିବାକୁ ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋସ ଯୋଗାଣ ମନ୍ତ୍ରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories