www.samajalive.in
Saturday, December 6, 2025
15.1 C
Bhubaneswar

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ; ୨୩ରେ ବାତ୍ୟା

ସମାଜ ଡିଜିଟାଲ ଡେସ୍କ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବ। ଏହାପରେ ୨୩ତାରିଖରେ ବାତ୍ୟାର ରୂପ ନେବ। ୨୪ ତାରିଖ ସକାଳେ ସମ୍ଭାବ୍ୟ ବାତ୍ୟା ‘ଦାନା’ ଓଡ଼ିଶା ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ସମ୍ଭାବ୍ୟା ବାତ୍ୟା ‘ଦାନା’ ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପ୍ରବଳ ବର୍ଷା ଆରମ୍ଭ ହେବ। କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବା ସହ ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ହେବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି। ପାରାଦ୍ୱୀପ, ଗୋପାଳପୁର ଓ ବାଲେଶ୍ୱର ଉପକୂଳକୁ କିଛି ମତ୍ସ୍ୟଜୀବୀ ଫେରି ଆସିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories