www.samajalive.in
Sunday, December 14, 2025
26.1 C
Bhubaneswar

ଫୋନରେ ମିଛ ଧମକ ଦେବା ହେବ ‘ଧର୍ତ୍ତବ୍ୟ ଅପରାଧ’

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ବିମାନଗୁଡିକୁ ଲଗାତାର ଭାବେ ବୋମାରେ ଉଡାଇ ଦେବାକୁ ମିଳୁଥିବା ଧମକକୁ ନେଇ ସାମ୍ବାଦିକ ସମ୍ମିଳନୀରେ ପ୍ରତିକ୍ରିୟା ରଖିଛନ୍ତି ବେସାମରିକ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ। ଏପରି ଅପରାଧକୁ ରୋକିବା ପାଇଁ ଆଇନରେ ସଂଶୋଧନ ଆଣିବାକୁ ଆଲୋଚନା ହେଉଥିବା ସେ ସୂଚନା ଦେଇଛନ୍ତି। ବର୍ତ୍ତମାନ ସମୟରେ ଯେଉଁପରି ଭାବେ ବିମାନରେ ବୋମା ଥିବା ନେଇ ଧମକପୂର୍ଣ୍ଣ କଲ୍‌‌ ଆସୁଛି ଏହା ସମ୍ବେଦନଶୀଳ ପରିସ୍ଥିତି ସୃଷ୍ଟି କରିଛି। ଏପରି କାର୍ଯ୍ୟକଳାପକୁ ‘ଧର୍ତ୍ତବ୍ୟ ଅପରାଧ’ ତାଲିକାରେ ରଖିବାକୁ ଆଲୋଚନା କରାଯାଉଛି। ଘଟଣାରେ ଯେଉଁମାନେ ଧରାପଡ଼ିବେ ସେମାନଙ୍କୁ ତୁରନ୍ତ ନୋ-ଫ୍ଲାଏ ଲିଷ୍ଟରେ ରଖାଯିବ ବୋଲି ମନ୍ତ୍ରୀ କହିଛନ୍ତି। ଏପରି ମିଛ କଲ ପାଇଁ ସାରା ଦେଶରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ବାଧାପ୍ରାପ୍ତ ହେଉଛି। ବିମାନ କମ୍ପାନୀମାନେ ଆର୍ଥିକ ସମସ୍ୟା ସହ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

 

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories