ବିଜେବି ଏମ୍.ଏ.ଜେ.ଏମ୍.ସି ଆଲୁମିନାର ପ୍ରଥମ ବନ୍ଧୁ ମିଳନ- ‘ବୃକ୍ଷ ବନ୍ଧୁ ଓ ପ୍ଲାଷ୍ଟିକ ବର୍ଜନର ବାର୍ତ୍ତା’
ଭୁବନେଶ୍ୱର:ବିଜେବି କଲେଜ ଏମ୍.ଏ.ଜେ.ଏମ୍.ସି ବିଭାଗର ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ଗଠନ ହୋଇଥିବା ଆଲୁମିନା ଆସୋସିଏସନ୍ ର ପ୍ରଥମ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅକ୍ଟୋବର ୨୦ ତାରିଖ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ଖଣ୍ଡଗିରି ନିକଟସ୍ଥ ଜୟଦେବ ବାଟିକାରେ ଆୟୋଜିତ ଏହି ମିଳନ ପର୍ବରେ ୨ ଶହରୁ ଉର୍ଦ୍ଧ୍ବ ପୁରାତନ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।
ଏହି ଅବସରରେ ସମସ୍ତେ ନିଜ ନିଜର ଅଭିଜ୍ଞତା ଆଦାନ ପ୍ରଦାନ କରିବା ସହ କଲେଜରେ ବିତିଥିବା ସ୍ମରଣୀୟ ମୁହୂର୍ତ୍ତକୁ ପୁନଃ ସ୍ମରଣ କରିଥିଲେ ଏବଂ ନାଚଗୀତ ଓ ଭୋଜିଭାତର ମଜା ନେଇଥିଲେ। ଏହି ଦିବସ ଆଲୁମିନାର ସମସ୍ତ ସଦସ୍ୟଙ୍କ ପାଇଁ ଏକ ସୁବର୍ଣ୍ଣ ଦିନ ଥିଲା । ଏହି ଅବସରରେ ସବୁଜ ପରିବେଶ ଲକ୍ଷ୍ୟରେ ‘ବୃକ୍ଷ ବନ୍ଧୁ’ କାର୍ଯ୍ୟକ୍ରମ ଜରିଆରେ ଆଲୁମିନାର ଶତାଧିକ ସଦସ୍ୟ ମାନଙ୍କୁ ଉପସ୍ଥିତ ଅତିଥିମାନେ ବୃକ୍ଷ ଚାରା ବଣ୍ଟନ କରିଥିଲେ । ଏହି କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ରୂପେ ଏକକ ବ୍ୟବହୃତ ପ୍ଲାଷ୍ଟିକ ବର୍ଜନ କରାଯାଇଥିଲା । ତେବେ ଆଗାମୀ ଦିନରେ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗରେ ଅଧ୍ୟୟନରତ ଛାତ୍ରଛାତ୍ରୀମାନଙ୍କୁ ସ୍ବେଚ୍ଛାକୃତ ଭାବେ ଦକ୍ଷ କରିବା ଦିଗରେ ଏହି ଅନୁଷ୍ଠାନ କାର୍ଯ୍ୟ କରିବ ବୋଲି ନିଷ୍ପତ୍ତି ନେଇଛି।
ଏହି ଅବସରରେ ଦିବଙ୍ଗତ ପୁରାତନ ଛାତ୍ରଛାତ୍ରୀ ମାନଙ୍କ ଉଦ୍ଦେଶ୍ୟରେ ଏକ ମିନିଟ୍ ର ନିରବ ପ୍ରାର୍ଥନା କରାଯାଇଥିଲା। ଆୟୋଜିତ ଏହାର ଏକ ସ୍ବତନ୍ତ୍ର ଉତ୍ସବରେ ବିଜେବି କଲେଜର ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗୀୟ ମୁଖ୍ୟ ପ୍ରଫେସର ନଳୀନ କୁମାର ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେହିପରି ପୂର୍ବତନ ଅତିଥି ଅଧ୍ୟାପକ ବିଭୂଦତ୍ତ ମହାପାତ୍ର, ମାନସ ସାହୁ, ଅମିତ୍ ନିଓଗି ଓ ଦେବାଶିଷ ନାଏକ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ ।
Comments are closed.