www.samajalive.in
Friday, December 12, 2025
16.1 C
Bhubaneswar

ସମ୍ଭାବ୍ୟ ବାତ୍ୟାକୁ ନେଇ ପ୍ରଶାସନର ତତ୍ପରତା, ଆଭାସି ବୈଠକରେ ଜିଲାପାଳଙ୍କ ସମୀକ୍ଷା

ବାଲେଶ୍ବର: ସମ୍ଭାବ୍ୟ ବାତ୍ୟା ଓ ପ୍ରବଳ ବର୍ଷା ଜନିତ ବିପର୍ଯ୍ୟୟ ସ୍ଥିତିର ମୁକାବିଲା ପାଇଁ ବାଲେଶ୍ବର ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଜିଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କ ଅଧ୍ୟକ୍ଷତାରେ ଏକ ଆଭାସି ବୈଠକ ସୋମବାର ଅନୁଷ୍ଠିତ ହୋଇଯାଇଛି।

ସୂଚନା ଅନୁଯାୟୀ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତା ୨୩, ୨୪ ଓ ୨୫ ତାରିଖ ତିନିଦିନ ପାଇଁ ବାଲେଶ୍ବର ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ରେଡ଼ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲାରେ ସମସ୍ତ ପ୍ରକାର ଆପଦକାଳୀନ ପ୍ରସ୍ତୁତି ବ୍ୟବସ୍ଥା ପ୍ରତି ଧ୍ୟାନ ଦେବାକୁ ଜିଲାପାଳ ଏହି ବୈଠକରେ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷ କରି ଭୋଗରାଇ, ଜଳେଶ୍ୱର, ବାଲିଆପାଳ, ବସ୍ତା ଓ ସୋର ସମେତ ଅନ୍ୟାନ୍ୟ ବ୍ଲକର ତଳିଆ ଅଞ୍ଚଳରେ ସମସ୍ତ ଜରୁରୀକାଳୀନ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ପାଇଁ ସେ କହିଛନ୍ତି। ଆବଶ୍ୟକ ସ୍ଥଳରେ ପ୍ରମୁଖତଃ ଗର୍ଭବତୀ ମହିଳା ଓ ପ୍ରଭାବିତ ଜନସାଧାରଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରଣ ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଆଦେଶ ଦିଆଯାଇଛି।

- Advertisement -

ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀଗୁଡ଼ିକରେ ପର୍ଯ୍ୟାପ୍ତ ଜଳ ଯୋଗାଣ, ଆଲୋକୀକରଣ, ପରିମଳ ବ୍ୟବସ୍ଥା ଏବଂ ମୌଳିକ ସୁବିଧା ଉପଲବ୍ଧ କରାଯିବ। ଶୁଖିଲା ଖାଦ୍ୟ ଓ ଶିଶୁ ଖାଦ୍ୟ ସମେତ ଆନୁଷଙ୍ଗିକ ସାମଗ୍ରୀ ପର୍ଯ୍ୟାପ୍ତ ପରିମାଣର ମହଜୁଦ ରଖିବା ପାଇଁ ବ୍ୟବସ୍ଥା କରାଯିବ। ପ୍ରଭାବିତ ଅଞ୍ଚଳଗୁଡିକରେ ପାନୀୟ ଜଳ, ଔଷଧ, ଗୋଖାଦ୍ୟ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଣ ସୁନିଶ୍ଚିତ କରାଯିବା ପାଇଁ ଆଦେଶ ଦିଆଯାଇଛି।

ସେହିଭଳି ଜରୁରୀକାଳୀନ ପରିସ୍ଥିତିରେ ଅଙ୍ଗନବାଡ଼ି, ସ୍କୁଲ ଏବଂ କଲେଜ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇପାରେ ବୋଲି ଏହି ବୈଠକରେ ଆଲୋଚନା କରାଯାଇଥିଲା। ଉଦ୍ଧାର ଓ ସ୍ଥାନାନ୍ତର କାର୍ଯ୍ୟରେ ସହାୟତା ନିମନ୍ତେ ସମସ୍ତ ଅଗ୍ନିଶମ କେନ୍ଦ୍ର ପ୍ରସ୍ତୁତ ରହିବେ। ସମସ୍ତ ବିଡ଼ିଓ, ତହସିଲଦାର, ରାଜସ୍ବ ନିରୀକ୍ଷକ ଓ ସହରାଞ୍ଚଳ ସ୍ଥାନୀୟ ସଂସ୍ଥାର ନିର୍ବାହୀ ଅଧିକାରୀଙ୍କୁ ବିପର୍ଯ୍ୟୟ ପ୍ରବଣ ଅଞ୍ଚଳରୁ ସ୍ଥାନାନ୍ତର ଯୋଜନା ପ୍ରସ୍ତୁତ କରିବା ପାଇଁ ଆଦେଶ ଦିଆଯାଇଛି। ବାତ୍ୟା ପ୍ରଭାବିତ ସମସ୍ତ ଅଞ୍ଚଳରେ ଡେପୁଟି ଓ ସହକାରୀ କଲେକ୍ଟରଙ୍କୁ ନିୟୋଜିତ କରିବା ପାଇଁ ମଧ୍ୟ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ତୁରନ୍ତ ରିଲିଫ୍ ଯୋଗାଣ, ବିଶୁଦ୍ଧ ଜଳ ଓ ଖାଦ୍ୟ ଯୋଗାଣ, ଆବଶ୍ୟକ ସ୍ଥଳେ ଅସ୍ଥାୟୀ ଆଶ୍ରୟସ୍ଥଳୀ ସ୍ଥାପନ ଏବଂ ଚିକିତ୍ସା ସହାୟତା ପ୍ରଦାନ ଉପରେ ସେ ଗୁରୁତ୍ୱ ଦେଇଛନ୍ତି। ସମ୍ଭାବିତ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି କୌଣସି ସରକାରୀ ଅଧିକାରୀ ଏବଂ କର୍ମଚାରୀ ମୁଖ୍ୟାଳୟ ନ ଛାଡ଼ିବା ପାଇଁ ଜିଲାପାଳ ଆଦେଶ ଦେଇଛନ୍ତି।

ଜିଲା ଜରୁରୀକାଳୀନ ବିଭାଗ ପକ୍ଷରୁ ଆୟୋଜିତ ଏହି ବୈଠକରେ ମୁଖ୍ୟ ଉନ୍ନୟନ ଅଧିକାରୀ ବିଶ୍ୱରଞ୍ଜନ ନାୟକ, ବାଲେଶ୍ୱର ଉପ-ଜିଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ, ନୀଳଗିରି ଉପ-ଜିଲାପାଳ ଶୁଭଶ୍ରୀ ରଥ, ଜିଲା ଜରୁରୀକାଳୀନ ଅଧିକାରୀ ସାଇକୃଷ୍ଣ ଜେନାଙ୍କ ସମତେ ଜିଲାର ସମସ୍ତ ବିଡିଓ, ତହସିଲଦାର, ପୌରପାଳିକା ତଥା ବିଜ୍ଞାପିତ ଅଞ୍ଚଳର ପରିଷଦ ନିର୍ବାହୀ ଅଧିକାରୀ ଏବଂ ବିଭିନ୍ନ ବିଭାଗୀୟ ଅଧିକାରୀ ଯୋଡ଼ି ହୋଇଥିଲେ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

Related Articles

Popular Categories