www.samajalive.in
Monday, December 15, 2025
24.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ‘ଦାନା’ର ମୁକାବିଲା ନେଇ ଜିଲା ପ୍ରଶାସନ ପ୍ରସ୍ତୁତ,୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌‌ କାର୍ଯ୍ୟକ୍ଷମ ସହ ୩ଦିନ ପାଇଁ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

କେନ୍ଦୁଝରଗଡ଼଼: ସମ୍ଭାବ୍ୟ ବାତ୍ୟା ‘ଦାନା’ର ସଫଳ ମୁକାବିଲା ନେଇ ଜିଲା ପ୍ରଶାସନ ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ଜିଲାପାଳ ବିଶାଲ ସିଂହ କହିଛନ୍ତି। ଜିଲାପାଳ ଶ୍ରୀ ସିଂହଙ୍କ ଅଧ୍ୟକ୍ଷତାରେ ସୋମବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇ ଏହାର ସମୀକ୍ଷା କରାଯିବା ସହ ବିଶେଷକରି ଆନନ୍ଦପୁର ଉପଖଣ୍ଡର ହାଟଡିହି, ଘଷିପୁରା ଓ ଆନନ୍ଦପୁର ବ୍ଲକ ବିଶେଷ ପ୍ରଭାବିତ ହେବା ଆଶଙ୍କା ଥିବାରୁ ଆନନ୍ଦପୁର ଉପଜିଲାପାଳ ସମେତ ୩ ବ୍ଲକର ବିଡ଼ିଓ ଓ ତହସିଲଦାର ମାନଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

ସମ୍ଭାବ୍ୟ ବାତ୍ୟାର ସଫଳ ମୁକାବିଲା ପାଇଁ ପ୍ରତି ବ୍ଲକ ଓ ପଞ୍ଚାୟତସ୍ତରରେ ୨୪ ଘଣ୍ଟିଆ ଜରୁରୀକାଳୀନ କଣ୍ଟ୍ରୋଲ ରୁମ୍‌‌ କାର୍ଯ୍ୟକ୍ଷମ କରିବାକୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ସରକାର ରାଜ୍ୟର କେତେକ ଜିଲାର ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନକୁ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିଥିବା ବେଳେ କେନ୍ଦୁଝର ଜିଲାରେ ମଧ୍ୟ ସମସ୍ତ ଶିକ୍ଷାନୁଷ୍ଠାନ ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ଛୁଟି ରହିବ।

- Advertisement -

ଏଥିସହ ସତର୍କତାମୂଳକ ପଦକ୍ଷେପ ଗ୍ରହଣ ସ୍ୱରୂପ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ଓ ବିଡିଓ ମାନେ ମଙ୍ଗଳବାର ଜିଲାର ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ, ସାମୟିକ ଆଶ୍ରୟସ୍ଥଳୀ ଭାବେ ବ୍ୟବହୃତ ହେବାକୁଥିବା ବିଦ୍ୟାଳୟ ପରିଦର୍ଶନ ସହ ପରିସ୍ଥିତିର ନିରୀକ୍ଷଣ ଏବଂ ବ୍ଲକ କାର୍ଯ୍ୟାଳୟରେ ପଞ୍ଚାୟତିରାଜ ପ୍ରତିନିଧି ଓ ବିଭାଗୀୟ ଅଧିକାରୀଙ୍କ ସହ ପ୍ରସ୍ତୁତି ବୈଠକ ମଧ୍ୟ ଅନୁଷ୍ଠିତ ହୋଇଯାଇଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories