www.samajalive.in
Sunday, December 14, 2025
26.1 C
Bhubaneswar

ସମ୍ଭାବ୍ୟ ବାତ୍ୟା ନେଇ ବାଲେଶ୍ୱର ଜିଲ୍ଲା ପ୍ରଶାସନର ଗୁରୁତ୍ୱପୂର୍ଣ୍ଣ ବୈଠକ

ବାଲେଶ୍ୱର: ସମ୍ଭାବିତ ବାତ୍ୟା ‘ଦାନା’ର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନର ବିଭିନ୍ନ ବିଭାଗ ପକ୍ଷରୁ କରାଯାଇଥିବା ପ୍ରସ୍ତୁତିର ସମୀକ୍ଷା କରିବା ନିମନ୍ତେ ଆଜି ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୂର ବିକାଶଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି ଓ ଏହି ବୈଠକରେ ଆରକ୍ଷୀ ଅଧିକ୍ଷକ ରାଜ ପ୍ରସାଦ, ମଣ୍ଡଳୀୟ ବନ ଅଧିକାରୀ ଖୁଶୱନ୍ତ ସିଂହ, ଅତିରିକ୍ତ ଜିଲ୍ଲାପାଳ ସୁଧାକର ନାୟକ, ନୀଳଗିରି ଉପଜିଲ୍ଲାପାଳ ଶୁଭଶ୍ରୀ ରଥ ଏବଂ ସମସ୍ତ ବିଭାଗୀୟ ମୁଖ୍ୟ ଓ ବରିଷ୍ଠ ଅଧିକାରୀମାନେ ଯୋଗ ଦେଇ ନିଜ ନିଜ ବିଭାଗର କାର୍ଯ୍ୟ ଯୋଜନା ବିଷୟରେ ସବିଶେଷ ସୂଚନା ପ୍ରଦାନ କରିଥିଲେ।

ବୈଠକ ପ୍ରାରମ୍ଭରେ ଜିଲ୍ଲାପାଳ ଉପସ୍ଥିତ ବରିଷ୍ଠ ଅଧିକାରୀଙ୍କୁ ପ୍ରଭାବିତ ହେବାକୁ ଥିବା ଅଞ୍ଚଳର ସମସ୍ତ ବାତ୍ୟା ଆଶ୍ରୟସ୍ଥଳୀଗୁଡ଼ିକର ପରିଦର୍ଶନ ଉପରେ ଗୁରୁତ୍ବାରୋପ କରିବା ସହିତ ସେଠାରେ ଉପସ୍ଥିତ ସରଞ୍ଜାମଗୁଡିକର କାର୍ଯ୍ୟକାରିତା ଉପରେ ବିଶେଷ ଧ୍ୟାନ ଦେବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ଏଥି ସହିତ ସମସ୍ତ ବିଭାଗ ମଧ୍ୟରେ ସମନ୍ୱୟ ରକ୍ଷା କରି ଏହି ପ୍ରାକୃତିକ ବିପର୍ଯ୍ୟୟରେ ଶୂନ୍ୟ ମୃତ୍ୟୁକୁ ସୁନିଶ୍ଚିତ କରିବା ଦିଗରେ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିବା ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

- Advertisement -

ସୂଚନା ଅନୁଯାୟୀ ଆଗାମୀ ୨୩, ୨୪ ଓ ୨୫ ତାରିଖରେ ବାତ୍ୟା ଓ ବୃଷ୍ଟିପାତକୁ ନଜର ରଖି ଆବଶ୍ୟକ ସ୍ଥଳରେ ଊର୍ଦ୍ଧ୍ବାର କାର୍ଯ୍ୟ ପାଇଁ ୩ଟି ଏନଡିଆରଏଫ, ୮ ଟି ଓଡ୍ରାଫ ଓ ୧୪ ଟି ଅଗ୍ନିଶମ ଦଳ ନିୟୋଜିତ କରାଯାଇଛି ଓ ଏହି ପ୍ରାକୃତିକ ଦୁର୍ବିପାକର ସଫଳ ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମୁଦାୟ ୧୪୪ ଟି ବାତ୍ୟା ଆଶ୍ରୟସ୍ଥଳୀ ଓ ୭୨୮ ଟି ବିକଳ୍ପ ସୁରକ୍ଷିତ ଆଶ୍ରୟସ୍ଥଳୀ ପ୍ରସ୍ତୁତ କରାଯାଇଛି। ସମସ୍ତ ସିଏଚସି ଓ ପିଏଚସିରେ ଡାକ୍ତରଙ୍କ ସମେତ ଅଙ୍ଗନବାଡି କେନ୍ଦ୍ରରେ ଆଣ୍ଟି ଭେନମ, ଡାଇରିଆ, ଥଣ୍ଡା, ଜର ମେଡ଼ିସିନ ମହଜୁଦ ରହିଛି। ବୟସ୍କ ନାଗରିକ, ଗର୍ଭବତୀ ମହିଳା ଏବଂ ଭିନ୍ନକ୍ଷମଙ୍କୁ ବିପଦପୂର୍ଣ୍ଣ ସ୍ଥାନରୁ ସୁରକ୍ଷିତ ସ୍ଥାନାନ୍ତର ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ବିଶେଷତଃ କରି ଗର୍ଭବତୀମାନଙ୍କୁ ଚିକିତ୍ସାଳୟରେ ଉପଚାର ଏବଂ ନୂତନ ପ୍ରସୂତିମାନଙ୍କୁ ଆଶ୍ରୟସ୍ଥଳୀରେ ସ୍ୱତନ୍ତ୍ର ସ୍ୱାସ୍ଥ୍ୟଗତ ସୁରକ୍ଷା ମଧ୍ୟରେ ରଖାଯିବ। ପ୍ରଭାବିତ ଅଞ୍ଚଳ ଗୁଡିକରେ ସ୍କୁଲଗୁଡିକୁ ଜରୁରୀକାଳୀନ ଆଶ୍ରୟସ୍ଥଳୀ ଭାବେ କାର୍ଯ୍ୟ କରାଇବାକୁ ଓ ସମସ୍ତ ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ଜରୁରୀକାଳୀନ ପରିସ୍ଥିତିରେ ବିଧ୍ୟାଳୟରେ କାର୍ଯ୍ୟ କରିବାକୁ ମଧ୍ୟ ଏହି ବୈଠକରେ ନିର୍ଦ୍ଦେଶ ଦିଆଯାଇଥିଲା।

ଏହି ବୈଠକରେ ଜିଲ୍ଲା ଜରୁରୀକାଳୀନ ଅପରେସନ ସେଣ୍ଟର ମାଧ୍ୟମରେ ଆନ୍ତଃ ବିଭାଗୀୟ ସମନ୍ୱୟ ଉପରେ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଥିଲେ। ଏହି ଜରୁରୀକାଳୀନ ପରିସ୍ଥିତିରେ ପ୍ରତ୍ୟେକ ଅଧିକାରୀ ସତର୍କ ଓ ପ୍ରତିକ୍ରିୟାଶୀଳ ରହିବା ଆବଶ୍ୟକ ବୋଲି ଜିଲ୍ଲାପାଳ କହିଥିଲେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories