www.samajalive.in
Tuesday, December 9, 2025
17.1 C
Bhubaneswar

ଦାନା ପ୍ରଭାବ: ଆଜିଠୁ ୩ ଦିନ ଯାଏ ବନ୍ଦ ରହିବ ଶିମିଳିପାଳ

ବାରିପଦା : ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଆଜିଠାରୁ ୨୫ ତାରିଖ ଶୁକ୍ରବାର ପର୍ଯ୍ୟନ୍ତ ୩ ଦିନ ପାଇଁ ପରିଦର୍ଶକ ତଥା ପର୍ଯ୍ୟଟକଙ୍କ ନିମନ୍ତେ ଶିମିଳିପାଳ ଅଭୟାରଣ୍ୟ ବନ୍ଦ ରହିବ। ଏନେଇ ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏହି ତିନିଦିନ ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ମଧ୍ୟକୁ ପରିଦର୍ଶକ କିମ୍ବା ପର୍ଯ୍ୟଟକଙ୍କ କୌଣସି ଯାନ ପ୍ରବେଶ ଅନୁମତି ଦିଆଯିବ ନାହିଁ। ପରବର୍ତ୍ତୀ ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ପରେ ଶିମିଳିପାଳ ଅଭୟାରଣ୍ୟ ଖୋଲାଯିବ। କାରଣ ସମ୍ଭାବ୍ୟ ବାତ୍ୟା ନେଇ ଆଇଏମଡି ପକ୍ଷରୁ ମୟୂରଭଞ୍ଜ ଜିଲା ସକାଶେ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ସୂଚନାଯୋଗ୍ୟ, ଚଳିତ ବର୍ଷ ଗତ ୧୦ ତାରିଖରୁ ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଅଭୟାରଣ୍ୟ ଖୋଲାଯାଇଥିଲା। ୧୩ ଦିନ ମଧ୍ୟରେ ପର୍ଯ୍ୟଟକଙ୍କ ସଂଖ୍ୟା ପୂର୍ବ ବର୍ଷଗୁଡିକ ତୁଳନାରେ ବୃଦ୍ଧି ପାଇଥିବା ଲକ୍ଷ୍ୟ କରାଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories