www.samajalive.in
Monday, December 8, 2025
27.1 C
Bhubaneswar

ଅଷ୍ଟ୍ରେଲିଆରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର: ସିଙ୍ଗାପୁର ଗସ୍ତ ଶେଷ କରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଏହି ଅବସରରେ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ସେ ଯୋଗଦେଇ ପ୍ରବାସୀ ଭାରତୀୟଙ୍କୁ ସମ୍ବୋଧିତ କରି କହିଲେଯେ ଅଷ୍ଟ୍ରେଲିଆରେ ରହୁଥିବା ପ୍ରବାସୀ ଭାରତୀୟ ସଭ୍ୟତାର ସବୁଠାରୁ ବଡ ସଦିଚ୍ଛାଦୂତ। ଆମ ସଭ୍ୟତାର ମୂଲ୍ୟବୋଧ ଏବଂ ଜ୍ଞାନ ; ବୈଶ୍ୱିକ ଆହ୍ୱାନର ସମାଧାନ କରିପାରିବ। ଶିକ୍ଷା ସମନ୍ୱୟ ଓ ସହଯୋଗ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ସମ୍ପର୍କକୁ ମଜଭୂତ କରିବ। ଜ୍ଞାନ ସହଯୋଗ ଭାରତ-ଅଷ୍ଟ୍ରେଲିଆ ବନ୍ଧୁତ୍ୱକୁ ଆଗକୁ ନେବାରେ ମୂଳଦୁଆ ପକାଇବ ବୋଲି ସେ ଆଶାପ୍ରକାଶ କରିଥିଲେ। ଶିକ୍ଷାର ଅନ୍ତର୍ଜାତୀୟକରଣ, ବିଶ୍ୱବିଦ୍ୟାଳୟ ସହ ସଂଯୋଗ, ଗବେଷଣା, ସ୍କିଲିଂ ଏବଂ ପାରସ୍ପିରକ ଛାତ୍ର ବିନିମୟ ଉପରେ ମଧ୍ୟ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଲୋକପାତ କରିଥିଲେ ।ମନ୍ତ୍ରୀ ଶ୍ରୀ ପ୍ରଧାନ ଅଷ୍ଟ୍ରେଲିଆର ଶିକ୍ଷା ମନ୍ତ୍ରୀ ଜେସନ କ୍ଲେୟାରଙ୍କୁ ଭେଟିବା ସହ ‘ଅଷ୍ଟ୍ରେଲିଆ ଅନ୍ତର୍ଜାତୀୟ ଶିକ୍ଷା ସମ୍ମିଳନୀ’ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

Hot this week

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

Related Articles

Popular Categories