ଏଜେଓ ଉଚ୍ଚ ବିଦ୍ୟାଳୟରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ

ଫୁଲବାଣୀ :ସ୍ଥାନୀୟ ସରକାରୀ ଏଜେଓ ଉଚ୍ଚ ବିଦ୍ୟାଳୟ ପରିସର ମଧ୍ୟରେ ବ୍ଳକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ ହୋଇଯାଇଛି। ବ୍ଳକ ଶିକ୍ଷା ଅଧିକାରୀ ରଂଜନ କୁମାର କହଁରଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଫୁଲବାଣୀ ବିଧାୟକ ଉମା ଚରଣ ମଲିକ ଯୋଗଦେଇଥିବା ବେଳେ ଅନ୍ୟମାନଙ୍କ ମଧ୍ୟରେ ସରକାରୀ ଏଜେଓ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟତ୍ରୀ ପାୟଲ ପଟନାୟକ, ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ଜେନା, ପ୍ରକାଶ କୁମାର ବଳିଆରସିଂ, ଧନେଶ୍ୱର କହଁର ଓ ଜିଲା ଶିକ୍ଷକ ସଂଘର ସଭାପତି ସନ୍ତୋଷ କୁମାର ଦିଗାଲ , ବ୍ଳକ ଶିକ୍ଷକ ସଂଘ ସଭାପତି ଦିନେଶ ବେହେରା ଯୋଗଦେଇଥିଲେ।

ଏହି ଅବସରରେ ଫୁଲବାଣୀ ବ୍ଳକ ଅନ୍ତର୍ଗତ ସମସ୍ତ କଷ୍ଟରର ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତରେ ଭାଗନେଇଥିଲେ। ଏଥିରେ କୃତୀ ପ୍ରତିଯୋଗିମାନଙ୍କୁ ପୁରସ୍କୃତ କରାଯାଇଥିଲା। ପୁରସ୍କାର ବିତରଣ ଉତ୍ସବରେ ଜିଲା ଶିକ୍ଷା ଅଧିକାରୀ ପ୍ରମୋଦ କୁମାର ଷଡ଼ଙ୍ଗୀ ଓ ଅନ୍ୟମାନେ ଯେଗାଦେଇ କୃତୀ ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମ ପରିଚାନାରେ ସମସ୍ତ ସିଆରସିସି ଓ ଶିକ୍ଷକ ଏବଂ ଶିକ୍ଷୟତ୍ରୀ ମାନେ ପରିଚାଳନାର ସହଯୋଗ କରିଥିଲେ।

Comments are closed.