ବାତ୍ୟା ‘ଦାନା’ – ୧୧୦ କିଲୋମିଟର ବେଗରେ ଅତିକ୍ରମ କରିବ ପୁରୀ ଓ ସାଗର ଦ୍ୱୀପ

ଡେସ୍କ: ବାତ୍ୟା ‘ଦାନା’ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ବର୍ତ୍ତମାନ ଏହା ପାରାଦୀପଠାରୁ ୪୬୦ କିଲୋମିଟର ଦକ୍ଷିଣ-ପୂର୍ବରେ ଏବଂ ଧାମରାଠାରୁ ୪୯୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବ ଏବଂ ସାଗର ଦ୍ୱୀପଠାରୁ ୫୪୦ କିଲୋମିଟର ଦକ୍ଷିଣ-ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ରହିଛି। ଏହା ୨୪ ତାରିଖ (ଗୁରୁବାର) ସକାଳ ସୁଦ୍ଧା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଅକ୍ଟୋବର ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ପର୍ଯ୍ୟନ୍ତ ପୁରୀ ଓ ସାଗର ଦ୍ୱୀପ ନିକଟରେ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଭୀଷଣ ସାମୁଦ୍ରିକ ଝଡ଼ ଭାବେ ଗତି କରି ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି। ପବନର ବେଗ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ରହିବ ଏବଂ ଘଣ୍ଟାପ୍ରତି ୧୨୦ କିଲୋମିଟର ବେଗରେ ପବନ ବହିବ।

Comments are closed.