ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷାଙ୍କୁ ଅବ୍ୟାହତି ଦେଲେ ରାଜ୍ୟ ସରକାର

ଭୁବନେଶ୍ବର : ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଦାୟିତ୍ବରୁ ମିନତୀ ବେହେରାଙ୍କୁ ରାଜ୍ୟ ସରକାର ଅବ୍ୟାହତି ଦେଇଛନ୍ତି । ମିନତୀଙ୍କ ସହ ମହିଳା କମିଶନଙ୍କ ଅନ୍ୟ ସଦସ୍ୟାମାନଙ୍କୁ ମଧ୍ୟ ପଦରୁ ହଟାଇ ଦିଆଯାଇଛି । ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ମର୍ମରେ ସୂଚନା ପ୍ରକାଶ ପାଇଛି । ମହିଳା କମିଶନ ଅଧ୍ୟକ୍ଷା ପଦରେ ମିନତୀ ବେହେରା ୨୦୧୯ ମସିହା ଅଗଷ୍ଟ ୨୦ ତାରିଖରୁ କାର୍ଯ୍ୟ କରିଆସୁଥିଲେ । ଆସନ୍ତା ୨୦୨୫ ଅକ୍ଟୋବର ୧୩ ତାରିଖ ପର୍ଯ୍ୟନ୍ତ ତାଙ୍କ କାର୍ଯ୍ୟକାଳ ଅବଧି ରହିଥିଲା ।

Comments are closed.