www.samajalive.in
Sunday, December 7, 2025
18.1 C
Bhubaneswar

ପାରାଦୀପ ଠାରୁ ୩୩୦ କିଲୋମିଟର ଦୂରରେ ବାତ୍ୟା ଦାନା

ଡେସ୍କ: ପୂର୍ବକେନ୍ଦ୍ରୀୟ ଓ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ଦାନା’ ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୧୫ କିଲୋମିଟର ବେଗରେ ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରି କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଭୀଷଣ ସାମୁଦ୍ରିକ ଝଡ଼ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ ପ୍ରାୟ ୩୩୦ କିଲୋମିଟର ଦକ୍ଷିଣ-ପୂର୍ବ, ଧାମରା ଠାରୁ ୩୬୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବ ଏବଂ ସାଗର ଦ୍ୱୀପ ଠାରୁ ୪୨୦ କିଲୋମିଟର ଦକ୍ଷିଣ-ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ରହିଛି।

ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଭିତରକନିକା ଓ ଧାମରା ନିକଟସ୍ଥ ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ ଆଜି ମଧ୍ୟରାତ୍ରିରୁ ୨୫ ତାରିଖ ସକାଳ ମଧ୍ୟରେ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ। ସ୍ଥଳଭାଗ ସ୍ପର୍ଶ ସମୟରେ ଘଣ୍ଟା ପ୍ରତି ୧୦୦ରୁ ୧୧୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories