www.samajalive.in
Tuesday, December 9, 2025
15.1 C
Bhubaneswar

ଚଢା ଦରରେ ବିକ୍ରି ହେଉଥିଲେ ଫୋନ୍‌ କର, ହେଲ୍ପଲାଇନ୍ ନମ୍ୱର ଜାରି: ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ପର୍ଯ୍ୟାପ୍ତ ଖାଦ୍ୟଶସ୍ୟ ମହଜୁଦ ରହିଛି। ବାତ୍ୟା ପରବର୍ତ୍ତୀ ସମୟରେ ଲୋକଙ୍କୁ ରନ୍ଧାଖାଦ୍ୟ ଓ ଶୁଖିଲା ଖାଦ୍ୟ ପଦାର୍ଥ ଯୋଗାଇ ଦିଆଯିବ। ଖାଦ୍ୟ ସାମଗ୍ରୀ ନ ପାଇବାକୁ ନେଇ କେହି ଭୟଭୀତ ହୁଅନ୍ତୁ ନାହିଁ। ସରକାର ସଜାଗ ଅଛନ୍ତି। ​‌ଯେଉଁ ମୁନାଫାଖୋର ବ୍ୟବସାୟୀମାନେ ଏଭଳି ସମୟରେ ଖାଦ୍ୟ ସାମଗ୍ରୀ କଳାବଜାର କରି ଚଢା ମୂଲ୍ୟରେ ବିକ୍ରି କରୁଛନ୍ତି ସେମାନଙ୍କ ସଂପର୍କରେ ସୂଚନା ଦେବାକୁ ବିଭାଗ ପକ୍ଷରୁ ଟେଲିଫୋନ ନଂ ୦୬୭୪-୨୩୯୬୨୨୭ ଜାରି କରାଯାଇଛି। ଏହି ନମ୍ବରରେ ସୂଚନା ଦେଲେ ସଂପୃକ୍ତ ବ୍ୟବସାୟୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି। ସମ୍ଭାବ୍ୟ ବାତ୍ୟା ପ୍ରତି ସରକାର ତୀକ୍ଷ୍ମଣ ନଜର ରଖିଛନ୍ତି। ଅତ୍ୟାବଶ୍ୟକ ସାମଗ୍ରୀର ମୂଲ୍ୟବୃଦ୍ଧି କରୁଥିବା ବ୍ୟବସାୟୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନିମନ୍ତେ ଅଧିକାରୀଙ୍କୁ ନିର୍ଦେଶ ଦିଆଯାଇଥିବା ଶ୍ରୀ ପାତ୍ର ସୂଚନା ଦେଇଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories