ପାରାଦୀପରେ ସର୍ବାଧିକ ବର୍ଷା: ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା
ଭୁବନେଶ୍ଵର : ଅତି ଭୟଙ୍କର ଭାବେ ମାଡି ଆସୁଛି ବାତ୍ୟା। ଦାନା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ପାରାଦୀପରେ ସର୍ବାଧିକ ୬୨.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେହିପରି ଚାନ୍ଦବାଲିରେ ୪୬.୨, କୁଜଙ୍ଗ ଓ ରାଜକନିକାରେ ୨୭ ମିମି, ରାଜନଗରରେ ୨୪ ଓ ନୀଳଗିରିରେ ୨୩ ମିଲିମିଟର, ପଟ୍ଟାମୁଣ୍ଡାଇରେ ୨୨.୫, ଆଳିରେ ୨୧ ମିମି ବର୍ଷା ରେକର୍ଡ ହୋଇଛି। ପୁଣି ଥରେ ସାମୁଦ୍ରିକ ଜୁଆର ନେଇ ସତର୍କ ସୂଚନା ଜାରି କରାଯାଇଛି। ଭଦ୍ରକ , ବାଲେଶ୍ଵର, କେନ୍ଦ୍ରାପଡା ଉପକୂଳରେ ସ୍ଵାଭାବିକଠୁ ଅଧିକ ୧ରୁ ୨ ମିଟର ପର୍ଯ୍ୟନ୍ତ ଜୁଆର ଆସିପାରେ। ଜଗତସିଂହପୁରରେ ୧ ମିଟର ପର୍ଯ୍ୟନ୍ତ ଜୁଆର ଆସିବା ନେଇ ଆଶଙ୍କା କରାଯାଉଛି।
Comments are closed.